Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ରାଜ୍ୟରେ ଲାଗି ରହିଛି ପଶ୍ଚିମା ଝଡ଼ ପ୍ରଭାବ; ଆଗାମୀ ୩ ଘଣ୍ଟା ଏହିସବୁ ସ୍ଥାନ‌ରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ  ପଶ୍ଚିମା ଝଡ଼ ପ୍ରଭାବରେ ବର୍ଷା ଘଡ଼ଘଡ଼ି ଲାଗି ରହିଛି।  ଆସନ୍ତା ୨୪ ଘଣ୍ଟା ଏହାର ପ୍ରଭାବ ରହିଛି । ଆଗାମୀ ୩ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହେବା ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ବର ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ବିଜୁଳି ଘଡଘଡି ସହ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା ରହିଥିବା ପୂର୍ବନୁମାନ କରିଛି ପାଣିପାଗ ବିଭାଗ।

କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, କନ୍ଧମାଳ, ବୌଦ୍ଧ, ନୟାଗଡ, ଗଞ୍ଜାମ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ସୁରକ୍ଷିତ ସ୍ଥାନରେ ରହିବା ପାଇଁ ଚେତାଇ ଦେଇଛି ପାଣିପାଗ ବିଭାଗ ।

ସୂଚନା ଅନୁଯାୟୀ,  ଆସନ୍ତା ୨୪ ଘଣ୍ଟା ପାଇଁ ୧୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ୧୪ଟି ଜିଲ୍ଲା ହେଉଛି, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ସୋନପୁର, ବଲାଙ୍ଗିର, ବୌଦ୍ଧ, ଅନୁଗୁଳ ଏବଂ କନ୍ଧମାଳ ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ