Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ସମ୍ବଲପୁର ବିଜେପି: ପ୍ରଧାନମନ୍ତ୍ରୀ ବିଶ୍ଵକର୍ମା ଯୋଜନାର ସଚେତନତା ଶିବିର

ସମ୍ବଲପୁର:ଆଜି ସ୍ଥାନୀୟ ବିଜେପି ଜିଲ୍ଲା କାର୍ଯ୍ୟଳୟ ଠାରେ ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ଯୋଜନା ର ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ବିଜେପି ଜିଲ୍ଲା ସଭାପତି ଗିରିଶ ପଟେଲଙ୍କ ସଂଯୋଜନାରେ ହୋଇଥିବା ଏହି କାର୍ଯ୍ୟକ୍ରମରେ ପୂର୍ବତନ ରାଜ୍ୟ ସଭାପତି ତଥା ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ଯୋଜନାର ରାଜ୍ୟ ସଂଯୋଜକ ସମୀର ମହାନ୍ତି ଓ ରାଜ୍ୟ ସହ ସଂଯୋଜକ ସୁରଥ ବିଶ୍ଵାଳ ଯୋଗ ଦେଇ ଉପସ୍ଥିତ କର୍ମୀ ଓ ପଦାଧିକାରୀଙ୍କୁ ପ୍ରଶିକ୍ଷଣ ଦେଇଥିଲା । ଜିଲ୍ଲାର ଚାରୋଟି ଯାକ ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସମସ୍ତ ମଣ୍ଡଳରୁ ଦୁଇ ଜଣ ଲେଖାଏଁ କାର୍ଯ୍ୟକର୍ତ୍ତା ଯୋଗଦେଇଥିଲେ।କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ଯୋଜନା ର ଜିଲ୍ଲା ସଂଯୋଜକ ସୂର୍ଯ୍ୟ ପ୍ରଧାନ ଓ ସହ ସଂଯୋଜକ ମିଳନ ମହାରଣା, ଜିଲ୍ଲା ସାଧାରଣ ସମ୍ପାଦକ ଆଶିଷ ହୋତା, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଦେବେନ୍ଦ୍ର ମହାପାତ୍ର,ପୂର୍ବତନ ଜିଲ୍ଲା ପରିଷଦ ଅଧ୍ୟକ୍ଷ ରାଧେଶ୍ୟାମ ବାରିକ, କ୍ଷେତ୍ରୀୟ ପ୍ରବକ୍ତା ତଥା ଗଣମାଧ୍ୟମ ସଂଯୋଜକ ମାନସ ରଞ୍ଜନ ବକ୍ସି ଉପସ୍ଥିତ ରହିଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ