Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଜୁନାଗଡଠାରେ ଜିଲ୍ଲାପାଳଙ୍କ ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

କଳାହାଣ୍ଡି,୧୩/୧୧-କଳାହାଣ୍ଡି ଜିଲ୍ଲା ଜୁନାଗଡସ୍ଥିତ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି. ଅନ୍ୱେଷା ରେଡ୍ଡୀଙ୍କ ଅଧ୍ୟକ୍ଷତାରେ ଏକ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଆନନ୍ଦ ବର୍ଦ୍ଧନ ଗୁରୁ, ଉପ ଜିଲ୍ଲାପାଳ ଧର୍ମଗଡ଼ ବିରଂଚି ନାରାୟଣ ଦରୱାନଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ଏହି ଜନ ଅଭିଯୋଗ ଶୁଣାଣି ଶିବିରରେ ମୋଟ ୪୫ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୩୮ଟି ବ୍ୟକ୍ତିଗତ ଓ ୭ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଅଭିଯୋଗ ଥିଲା। ୪ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ଜଣେ ହିତାଧିକାରୀଙ୍କୁ ତୁରନ୍ତ ସହାୟତା ମଞ୍ଜୁର କରାଯାଇଥିଲା !

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ