Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ଗୁମ୍ମା ବ୍ଲକ ତୁମ୍ବୁଡ଼ା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ।

ପାରଳାଖେମୁଣ୍ଡି:୧୪/୧୧(ଗରୁଡ଼ ଧ୍ଵଜ ଚୌଧୁରୀ)
ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ ଡମ୍ୱଡ଼ା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ , ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ.କୁମାର , ଶ୍ରୀମତୀ ମରୀୟମ ରଇତ, ଅଧକ୍ଷା, ସ୍ବତନ୍ତ୍ର ଉନ୍ନୟନ ପରିଷଦ ଗଜପତି ଓ ଶ୍ରୀଯୁକ୍ତ ଫାଲଗୁନି ମାଝୀ, ପ୍ରକଳ୍ପ ପ୍ରଶାସକ, ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା,ପାରଳାଖେମୁଣ୍ଡି, ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ଡମ୍ୱଡ଼ା ସମେତ ରାଗିଡି, ବଡ଼କଳାକୋଟ ଓ ଗୁମ୍ମା ଗ୍ରାମ ପଞ୍ଚାୟତର ସମୁଦାୟ ମୋଟ ୨୧୬ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୧୭୫ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା- ୪୧ ଓ ୪୭ ଗୋଟିଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଛି । ୬ ଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୪୦ ହଜାର ଟଙ୍କା ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଛି, ସେହିପରି ଜଙ୍ଗଲ ଜମି ପଟ୍ଟା ୬୭ ଜଣଙ୍କୁ ପ୍ରଦାନକରାଯାଇଛି ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା, ଜମି ପଟ୍ଟା, ଜଳ ସେଚନ, ଗୃହ ନିର୍ମାଣ, ରାସନ୍ କାର୍ଡ, ମନରେଗା, ଶିକ୍ଷା, ମୋ ଘର ଯୋଜନା, ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ସୁନେମି ମଣ୍ଡଳ, ଗୁମ୍ମା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଶରତ କୁମାର ପାତ୍ର,ତହସିଲଦାର ଶ୍ରୀ ଜୟଦର୍ତ୍ତ ଆଚାର୍ଯ୍ୟ, ଜିଲ୍ଲା ଜରୁରୀକାଳୀନ ଅଧିକାରୀ ଶ୍ରୀ ଜ୍ଞାନ ରଞ୍ଜନ ମାଝୀ,ସ୍ଥାନୀୟ ସରପଞ୍ଚ ଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଗଣଙ୍କ ସମେତ ସ୍ଥାନୀୟ ଜନପ୍ରତିନିଧି ଉପସ୍ଥିତ ଥିଲେ

More Stories