ଉତ୍କଳ ଦିବସ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ବର: ଆଜି ଉତ୍କଳ ଦିବସ ଉପଲ‌କ୍ଷେ ସମଗ୍ର ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ଟ୍ବିଟ୍‌ କରି ଲେଖିଛନ୍ତି, ”ଓଡ଼ିଶା ଦିବସ ଅବସରରେ ସମସ୍ତଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ। ସ୍ବତନ୍ତ୍ର ଓଡିଶା ପ୍ରଦେଶ ଗଠନର ବରେଣ୍ୟ ସାଧକମାନଙ୍କୁ ଏହି ଅବସରରେ ମୋର ସମ୍ମାନ ଜଣାଉଛି। ଆସନ୍ତୁ ଓଡିଆ ଜାତିର ଅସ୍ମିତା ଓ ସ୍ବାଭିମାନକୁ ବଜାୟ ରଖି ଏକ ନୂଆ ଓଡ଼ିଶା ଓ ଉଚ୍ଚାକାଂକ୍ଷୀ ଓଡ଼ିଶା ଗଠନ ଦିଗରେ ସଙ୍କଳ୍ପବଦ୍ଧ ହୋଇ ଆଗକୁ ବଢିବା”।

ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ଉତ୍କଳ ଦିବସ ଅବସରରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏହାସହ ରାଜ୍ୟବାସୀଙ୍କ ଉତ୍ତମ ସ୍ବାସ୍ଥ୍ୟ ଓ ସମୃଦ୍ଧି କାମନା କରିଛନ୍ତି।

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରିୟ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ସେ ଓଡ଼ିଶାର ସମସ୍ତ ଭାଇ ଓ ଭଉଣୀମାନଙ୍କ ଉଜ୍ଜ୍ବଳ ଭବିଷ୍ୟତ କାମନା କରିଛନ୍ତି।