Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆଦିବାସୀ ଜମି ହସ୍ତାନ୍ତର: କ୍ୟାବିନେଟ୍ ମୋହର ମାରିଥିଲା, ନିଷ୍ପତ୍ତି ଉପରେ ରୋକ୍ ଲଗାଇଲେ ମନ୍ତ୍ରୀ

ଭୁବନେଶ୍ଵର: ପ୍ରଥମେ କ୍ୟାବିନେଟ୍ ମୋହର ବାଜିଲା। ଆଉ ଏହାର କେଇଟା ଦିନ ପରେ ଏବେ ଏହା ଉପରେ ରୋକ୍ ଲଗାଇଛନ୍ତି ରାଜସ୍ଵ ମନ୍ତ୍ରୀ ସୁଦାମ ମାରାଣ୍ଡି। ନଭେମ୍ବର ୧୪ରେ ଆଦିବାସୀଙ୍କ ଜମି ହସ୍ତାନ୍ତର ହୋଇ ପାରିବ ବୋଲି କ୍ୟାବିନେଟରେ ନିଷ୍ପତ୍ତି ହୋଇଥିଲା। କିନ୍ତୁ ନଭେମ୍ବର ୧୭ରେ ମନ୍ତ୍ରୀ ଏହା ଉପରେ ରୋକ୍ ଲଗାଇ ଦେଇଛନ୍ତି।

କ୍ୟାବିନେଟରେ ହୋଇଥିବା ନିଷ୍ପତ୍ତି ଅନୁଯାୟୀ, ଆଦିବାସୀ ଜମି ହସ୍ତାନ୍ତର ପାଇଁ ଆଇନରେ ସଂଶୋଧନ ହୋଇଥିଲା । ଯଦ୍ଵାରା ଅନୁସୂଚିତ ଜନଜାତି ବର୍ଗର ବ୍ୟକ୍ତି କୃଷି, ଆବାସିକ ଗୃହ ନିର୍ମାଣ, ପିଲାମାନଙ୍କ ଉଚ୍ଚଶିକ୍ଷା, ବ୍ୟବସାୟ କିମ୍ବା କ୍ଷୁଦ୍ର ଶିଳ୍ପ ପ୍ରତିଷ୍ଠା ଉଦ୍ଦେଶ୍ୟରେ ନିଜ ଜମିକୁ ବନ୍ଧକ ରଖି ଋଣ ଆଣିପାରିବେ । ଆଉ ଉଚ୍ଚବର୍ଗର ବ୍ୟକ୍ତି ଋଣ ଦେଇ ଆଦିବାସୀଙ୍କ ଜମି ନେଇ ପାରିବେ।

ଏହାସହ ଜଣେ ଅଣ-ଅନୁସୂଚିତ ଜନଜାତି ବ୍ୟକ୍ତିଙ୍କୁ ଜମି ହସ୍ତାନ୍ତର କରିପାରିବେ । ଏନେଇ କ୍ୟାବିନେଟ ନିଷ୍ପତ୍ତି ହେବା ପରେ ବିରୋଧୀ ଏହାକୁ ତୀବ୍ର ବିରୋଧକ କରିଥିଲେ। ଏହାକୁ ନେଇ ରାଜନୀତି ତେଜିଥିଲା।ଉଭୟ କଂଗ୍ରେସ ଓ ବିଜେପି ପକ୍ଷରୁ ଏହି ନିଷ୍ପତ୍ତିକୁ କଡା ବିରୋଧ କରିଥିଲେ। ସ୍ଥିତିକୁ ଦୃଷ୍ଟିରେ ରଖି ରାଜସ୍ଵ ମନ୍ତ୍ରୀ ସୁଦାମ ମାର୍ଣ୍ଡି ନିଷ୍ପତ୍ତି ଉପରେ ରୋକ୍ ଲଗାଇଥିଲେ।