ଜିଲ୍ଲା ସ୍ତରୀୟ ମତ୍ସ ଓ ପ୍ରାଣୀସଂପଦ ମେଳା ଉଦଘାଟିତ


ସମ୍ବଲପୁର:ଜିଲ୍ଲା ସ୍ତରୀୟ ମତ୍ସ ଓ ପ୍ରାଣୀସଂପଦ ମେଳା ଆଜି ଉଦଘାଟିତ ହୋଇଯାଇଛି। ପିଏଚଡି ପଡିଆ ଠାରେ ଅନୁଷ୍ଠିତ ଦୁଇ ଦିବସୀୟ ପଶ୍ଚିମ ଓଡ଼ିଶା ଗୋପାଳନ ଏବଂ ଜିଲ୍ଲା ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳାର ଉଦଘାଟନି ଉତ୍ସବ କାର୍ଯ୍ୟକ୍ରମରେ ମାନ୍ୟବର ମନ୍ତ୍ରୀ ସାରଦା ପ୍ରସାଦ ନାୟକ, ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ଅସିତ୍ ତ୍ରିପାଠୀ,ବିଧାୟକ କୁଚିଣ୍ଡା ଶ୍ କିଶୋର ନାୟକ,ରେଢାଖୋଲ ବିଧାୟକ ଇଂ ରୋହୀତ ପୂଝାରୀ, ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ କୁମୁଦିନୀ ନାଏକ,ପ୍ରାଣୀ ସମ୍ପଦ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସୁରେଶ ବଶିଷ୍ଠ ପ୍ରମୂଖ ଏଥିରେ ଯୋଗଦାନ କରିଥିଲେ।

ଗଞ୍ଜେଇ ଚ଼ଢ଼ାଉ କରିବାକୁ ଯାଇ ମାଡ଼ ଖାଇଲେ ୨୬ ପୁଲିସ୍ ଘଟଣା ସ୍ଥଳରୁ କୋଟି କୋଟି ଟଙ୍କାର ଗଞ୍ଜେଇ ଜବତ ।ପାରଳାଖେମୁଣ୍ଡି:୨୩/୩(ଗରୁଡ଼ ଧ୍ୱଜ ଚୌଧୁରୀ)ଗଜପତି ଜିଲ୍ଲା ମୋହନା ଥାନା ଅନ୍ତର୍ଗତ ପୀଡ଼ିମାରୀ ଗ୍ରାମରେ ଶୁକ୍ରବାର ୨୦ କ୍ଵିଣ୍ଟାଲ ଗଞ୍ଜେଇ ଜବତ ଓ ୮ଜଣ ବ୍ୟବସାୟୀଙ୍କୁ ଗିରଫ କରି ପୁଲିସ ମୋହନା ଫେରୁଥିବା ବେଳେ ଗ୍ରାମଠାରୁ କିଛି ଦୂରତାରେ ଗ୍ରାମବାସୀଙ୍କ ସଂଘବଦ୍ଧ ଆକ୍ରମଣରେ ଜଣେ ଡ଼ିଏସପି, ଜଣେ ଥାନା ଅଧିକାରୀ ଓ ପୁଲିସ୍ କର୍ମଚାରୀ ଆହତ ହୋଇଥିଲେ।ଆଜି ଗଜପତି ଏସପି ଯତୀନ୍ଦ୍ର ପଣ୍ଡାଙ୍କ ନେତୃତ୍ଵରେ ରା.ଉଦୟଗିରି ଏସଡ଼ିପିଓ ଅମିତାଭ ପଣ୍ଡାଙ୍କ ସମେତ ମୋହନା , ଅଡ଼ବାପାରଳାଖେମୁଣ୍ଡି,ରା.ଉଦୟଗିରି, ରାୟଗଡ଼,କାଶୀନଗର,ରାମଗିରି,ସେରଙ୍ଗ ଆଦି ଥାନା ଗୁଡ଼ିକର ଅଧିକାରୀ, କର୍ମଚାରୀ ଓ ୧୦ ପ୍ଲାଟୁନ  ପୁଲିସ ଫୋର୍ସ ସଦଳବଳେ ଆଜି ପୀଡ଼ିମାରୀ ଗ୍ରାମରେ ପହଞ୍ଚି ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛନ୍ତିି। ଏହା ସହ ପୁଲିସ ଗାଡ଼ି ଭଙ୍ଗାରୁଜା,ଆକ୍ରମଣରେ ସଂପୃକ୍ତ ୩ ଜଣ ଓ ଗଞ୍ଜେଇ ବ୍ୟବସାୟୀ ୨ ଜଣଙ୍କୁ ଗିରଫ କରିଛନ୍ତି। ବଡ଼ ବଡ଼ ଟିଣ ବାକ୍ସରେ ଲୁଚାଇ ରଖାଯାଇଥିବା ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ କୋଟି କୋଟି ଟଙ୍କା ହେବ ବୋଲି ପୁଲିସ ସୂଚନା ଦେଇଛି। ଆଉ ଯେଉଁମାନେ ଏଥିରେ ସଂଶ୍ଳିଷ୍ଟ ଅଛନ୍ତି ସମସ୍ତଙ୍କୁ ଖୁବ୍ ଶୀଘ୍ର ଧରାଯାଇ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଏସପି ଶ୍ରୀ ପଣ୍ଡା କହିଛନ୍ତି।