Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଭୁବନେଶ୍ବରରୁ କଟକ ଗଡିବ ମେଟ୍ରୋ ଟ୍ରେନ୍‌; ମିଳିଲା ଅନୁମତି

ଭୁବନେଶ୍ବର: ଉତ୍କଳ ଦିବସ ଅବସରରେ ଦୈତ ନଗରୀ ମଧ୍ୟରେ ମେଟ୍ରୋ ଟ୍ରେନ୍‌ ଚଳାଚଳ ପ୍ରସ୍ତାବକୁ ମିଳିଛି ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ। ଏଥିପାଇଁ ଆରମ୍ଭ ହୋଇସାରିଛି ପ୍ରକ୍ରିୟା। ଏ ନେଇ ବାଣିଜ୍ୟ ପରିବହନ ବିଭାଗ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ବିଜୁ ପଟ୍ଟନାୟକ ବିମାନବନ୍ଦରରୁ ତ୍ରିଶୁଳିଆ ବ୍ରିଜ୍‌ ପର୍ଯ୍ୟନ୍ତ ଗଡିବ ମେଟ୍ରୋ ଟ୍ରେନ୍ । ସୂଚନା ମୁତାବକ ଭୁବନେଶ୍ବର ବିମାନବନ୍ଦର ଛକରୁ ଏହାର ଗତିପଥ ଶିଶୁଭବନ ଛକ, ରାଜମହଲ ଛକ, ମାଷ୍ଟର କ୍ୟାଣ୍ଟିନ, ବାଣୀବିହାର ଛକ, ଜୟଦେବ ବିହାର ହୋଇ କଳିଙ୍ଗ ହସ୍ପିଟାଲ ଛକ, ପଟିଆ, ନନ୍ଦନକାନନ ଛକ ଦେଇ ତ୍ରିଶୂଳିଆ ଛକ ପର୍ଯ୍ୟନ୍ତ ରହିବ । ଏଥିପାଇଁ ପ୍ରକ୍ରିୟା ମଧ୍ୟ ଆରମ୍ଭ ହୋଇସାରିଛି। ଆଜି ଭୋର ୪ଟା ୩୦ରେ ସଚିବ ସ୍ତରୀୟ କମିଟି ଏହି ସବୁ ସ୍ଥାନ ପରିଦର୍ଶନ କରି ସ୍ଥିତି ସମୀକ୍ଷା କରିଥିଲେ।

ଏହି କମିଟିରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ୫ଟି ସଚିବ ଭି.କେ ପାଣ୍ଡିଆନଙ୍କ ସମେତ ମନୋଜ ମିଶ୍ର, ଉଷା ପାଢ଼ୀ, ଅନୁ ଗର୍ଗ, ନଗର ଉନ୍ନୟନ ବିଭାଗ ପ୍ରମୁଖ ସଚିବ ଜି ମାଥିଭାଥନାନ, ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ପ୍ରମୁଖ ସାମିଲ ଥିଲେ।

ଭୁବନେଶ୍ୱର ଓ କଟକ ମଧ୍ୟରେ ମେଟ୍ରୋ ଟ୍ରେନ୍ ଚଳାଚଳ ହେଲେ କେଉଁଠି କି ପ୍ରକାର ସମସ୍ୟା ଉପୁଜିପାରେ ଓ ଏହାର କିଭଳି ସ୍ଥାୟୀ ପ୍ରତିକାର କରାଯିବ ସେନେଇ ଆଲୋଚନା ହେବାସହ ସମ୍ପୂର୍ଣ୍ଣ ମେଟ୍ରୋ ବ୍ୟବସ୍ଥା କେତେ ଦୂରତା ବିଶିଷ୍ଟ ହେବ ସେ ସମସ୍ତ ଦିଗକୁ ନେଇ ଗ୍ରାଉଣ୍ଡ ଜିରୋରେ ମ୍ୟାପ ସହ ଆଲୋଚନା କରାଯାଇଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ