Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

କନ୍ଧମାଳ ଜିଲା ଜି.ଉଦୟଗିରିର ବିଜେଡି ବିଧାୟକ ସାଲୁଗା ପ୍ରଧାନ ବିଜେଡି ଉପବାଚସ୍ପତି ପ୍ରାର୍ଥୀ

କନ୍ଧମାଳ ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଜି.ଉଦୟଗିରି ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ସାଲୁଗା ପ୍ରଧାନ ବିଧାନସଭା ନିମନ୍ତେ ଉପବାଚସ୍ପତି ପ୍ରାର୍ଥୀ ପାଇଁ ସୋମବାର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଶ୍ରୀ ପ୍ରଧାନ ସମସ୍ତ ମନ୍ତ୍ରୀ ଓ ବିଧାୟକଙ୍କ ଉପସ୍ଥିତିରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ୨୦୦୦ରୁ ୨୦୦୪ ଓ ୨୦୧୯ରେ ବିଧାୟକ ଭାବେ ସେ ନିର୍ବାଚିତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ମୋ ଉପରେ ଆସ୍ଥା ପ୍ରକଟ କରି ସୁଯୋଗ ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଉଛି। ଶାସକ ଓ ବିରୋଧୀ ଦଳଙ୍କ ମତାମତକୁ ସମ୍ମାନ ଦେବି ବୋଲି ନାମାଙ୍କନ ଦାଖଲ ପରେ ସାଲୁଗା ପ୍ରଧାନ ନିଜ ପ୍ରତିକ୍ରିୟାରେ କହିଛନ୍ତି। ଚଳିତମାସ ୮ରେ ଉପବାଚସ୍ପତି ପଦରୁ ରଜନୀକାନ୍ତ ସିଂ ଇସ୍ତଫା ଦେବା ପରେ ଉପବାଚସ୍ପତି ପଦ ଖାଲି ପଡିଥିଲା।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ