Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବିଧାନସଭାର ଉପ ବାଚସ୍ପତି ହେଲେ ସାଲୁଗା ପ୍ରଧାନ, ନିର୍ଦ୍ଵନ୍ଦରେ ନିର୍ବାଚିତ

ଭୁବନେଶ୍ଵର: ଜି. ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ବିଧାନସଭାର ଉପ ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି। ମଙ୍ଗଳବାର ସେ ଉପବାଚସ୍ପତି ଭାବେ ନିର୍ଦ୍ଵନ୍ଦରେ ନିର୍ବାଚିତ ହୋଇଛନ୍ତି। ଗତାକାଲି ବିଜେଡି ତାଙ୍କୁ ବିଧାନସଭା ଉପବାଚସ୍ପତି ପ୍ରାର୍ଥୀ କରିଥିଲା। ସୋମବାର ସାଲୁଗା ନାମାଙ୍କନ ପତ୍ର ଦାଖଲ କରିଥିଲେ। ବିଜେପିର ମୁଖ୍ୟ ସଚେତକ ମୋହନ ମାଜୀ ସାଲୁଗାଙ୍କୁ ସମର୍ଥନ କରିଥିଲେ। କଂଗ୍ରେସ ମଧ୍ୟ ତାଙ୍କୁ ସମର୍ଥନ କରିଛି।

ଏକମାତ୍ର ପ୍ରାର୍ଥୀ ଭାବେ ସେ ନାମାଙ୍କନ ପତ୍ର ଦାଖଲ କରିଥିବାରୁ ମଙ୍ଗଳବାର ତାଙ୍କ ନାମ ଆନୁଷ୍ଠାନିକ ଭାବେ ଘୋଷଣା ହେବା ବାକି ଥିଲା। ଆଜିପୂର୍ବାହ୍ନ ୯ଟା ୩୦ରେ ବାଚସ୍ପତି ପ୍ରମିଳା ମଲ୍ଲିକ ଗୃହରେ ଆନୁଷ୍ଠାନିକ ଭାବେ ଉପବାଚସ୍ପତିଙ୍କ ନାମ ଘୋଷଣା କରିଛନ୍ତି। କନ୍ଧମାଳ ଜିଲ୍ଲାର ଆଦିବାସୀ ଚେହେରା ହେଉଛନ୍ତି ସାଲୁଗା ପ୍ରଧାନ। ସାଲୁଗା ପ୍ରଧାନ ହେଉଛନ୍ତି ଓଡ଼ିଶା ବିଧାନସଭାର ଦୁଇ ଦୁଇ ଥରର ବିଧାୟକ। ବିଜେଡି ଟିକେଟରୁ ସେ ଜି. ଉଦୟଗିରି ବିଧାନସଭା ଆସନରୁ ଦୁଇ ଥର ବିଧାୟକ ନିର୍ବାଚିତ ହୋଇଛନ୍ତି। ସେ ପ୍ରଥମେ ୨୦୦୦ ମସିହାରେ ଏବଂ ଏହାପରେ ୨୦୧୯ ମସିହାରେ ନିର୍ବାଚିତ ହୋଇଛନ୍ତି।

ନାମାଙ୍କନ ପତ୍ର ଦାଖଲ ପରେ ସାଲୁଗା ପ୍ରଧାନ ନିଜ ପ୍ରତିକ୍ରିୟାରେ କହିଥିଲେ, ଶାସକ ଓ ବିରୋଧୀ ଦଳର ମତାମତକୁ ସମ୍ମାନ ଦେଇ ଗୃହକାର୍ଯ୍ୟ ଚଳାଇବି। ବିଜେଡି ଆଦିବାସୀ କାର୍ଡ ଖେଳିଥିବା ଚର୍ଚ୍ଚାକୁ ସେ ଖଣ୍ଡନ କରିଥିଲେ। ମୁଁ ଦୁଇ ଥରର ବିଧାୟକ, ମୋର ଯୋଗ୍ୟତା ଅଛି।ସୂଚନାଯୋଗ୍ୟ, ରଜନୀକାନ୍ତ ସିଂଙ୍କ ଇସ୍ତଫା ପରେ ଉପବାଚସ୍ପତି ପଦ ଖାଲି ପଡ଼ିଥିଲା।