Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବିଧାନସଭାରେ ଶୀତକାଳୀନ ଅଧିବେଶନ ଆରମ୍ଭ, ଶୋକ ପ୍ରସ୍ତାବ ପରେ ବୁଧବାର ସାଢ଼େ ୧୦ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ଵର: ମଙ୍ଗଳବାରଠୁ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହୋଇଛି। ଅଧିବେଶନ ଆରମ୍ଭ ହେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତି, ପୂର୍ବତନ ଉପ ମନ୍ତ୍ରୀ ସରସ୍ଵତୀ ପ୍ରଧାନ, ପୂର୍ବତନ ସରକାରୀ ମୁଖ୍ୟ ସଚେତକ ଅଜୟ କୁମାର ଜେନା ସମେତ ଅନେକ ବିଶିଷ୍ଟ ବ୍ୟକ୍ତି ଦେହାନ୍ତ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ କରିଥିଲେ। ଏହାକୁ ଉଭୟ ବିଜେପି ଓ କଂଗ୍ରେସ ସମର୍ଥନ କରିଛନ୍ତି।

ମୁଖ୍ୟମନ୍ତ୍ରୀ ଆଣିଥିବା ଶୋକ ପ୍ରସ୍ତାବକୁ ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀ,  କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଓ ମାର୍କସବାଦୀ କମ୍ୟୁନିଷ୍ଟ ପାର୍ଟି ବିଧାୟକ ଲକ୍ଷ୍ମଣ ମୁଣ୍ଡା ମଧ୍ୟ ଶୋକ ପ୍ରସ୍ତାବକୁ ସମର୍ଥନ ଜଣାଇଥିଲେ।  ତେବେ ଗୃହରେ ବିବୃତି ରଖିବା ବେଳେ ନରସିଂହ ମିଶ୍ର ଉଭୟ କୋଶଳୀ ଭାଷା ଏବଂ ଓଡ଼ିଆ ଭାଷାରେ ବିବୃତି ରଖି ଶୋକ ପ୍ରସ୍ତାବକୁ ସମର୍ଥନ ଜଣାଇଛନ୍ତି ।

ବାଚସ୍ପତି ପ୍ରମିଳା ମଲ୍ଲିକ ଦିବଙ୍ଗତମାନଙ୍କ ସ୍ମୃତିଚାରଣ କରିଥିଲେ। ଏହାପରେ ସେମାନଙ୍କ ଉଦ୍ଦେଶ୍ୟରେ ଏକ ମିନିଟ୍ ନିରବ ପ୍ରାର୍ଥନା କରାଯାଇଥିଲା। ‌ଶେଷରେ ବାଚସ୍ପତି ଦିନକ ପାଇଁ ଗୃହର କାର୍ଯ୍ୟ ଆସନ୍ତାକାଲି ସାଢ଼େ ୧୦ଟା ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ