Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

୭ ଯାଏ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ପିଛା ଛାଡୁନି ବର୍ଷା। ରାଜ୍ୟରେ ସକ୍ରିୟ ହେବାରେ ଲାଗିଛି ପଶ୍ଚିମା ଝଡ଼। ପଶ୍ଚିମା ଝଡ ପ୍ରଭାବରେ ଆସନ୍ତା ୭ ତାରିଖ ଯାଏ ରାଜ୍ୟରେ ଜାରି ରହିବ ବର୍ଷା। ବିଶେଷ କରି ଉତ୍ତର, ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ଘଡଘଡି ବିଜୁଳି ସହ ବର୍ଷା ହେବା ସମ୍ଭାବନା ରହିଥିବା ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଏଥିପାଇଁ ରାଜ୍ୟର ୧୩ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏହି ଜିଲ୍ଲାଗୁଡିକ ହେଲା ଭଦ୍ରକ, ଯାଜପୁର, କଟକ, ଖୋର୍ଦ୍ଧା, କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି ଏବଂ ନବରଙ୍ଗପୁର। ଏହି ସବୁ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏହା ସହ କିଛି ସ୍ଥାନରେ ଘଣ୍ଟା ପ୍ରତି ୪୦ ରୁ ୫୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି। ଅଧିକାଂଶ ସ୍ଥାନରେ କୁଆପଥର ବର୍ଷା ହେବା ନେଇ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର ।

ତେବେ ଆଜି ପାଜ ସ୍ବାଭାବିକ ରହିଛି। ଆସନ୍ତାକାଲିଠୁ ଯଦି ପାଗରେ ପରିବର୍ତ୍ତନ ହୁଏ ତେବେ ତାପମାତ୍ରା ବୃଦ୍ଧି ପାଇବାର ସମ୍ଭାବନା ରହିଥିବା କହିଛି ପାଣିପାଗ ବିଭାଗ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ