Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ଜମନକିରା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ ଡିଗ୍ରୀ କଲେଜ ପକ୍ଷରୁ ସାମାଜିକ ସେବା କାର୍ଯ୍ୟକ୍ରମ ଅନୁଷ୍ଟିତ

ଜମନକିରା : ଓଡ଼ିଶା ସରକାରଙ୍କ ଖେଳ ଓ ଯୁବ ବିକାଶ ଯୋଜନାର ନିର୍ଦ୍ଦେଶ କ୍ରମେ ଜମନକିରା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ ଡିଗ୍ରୀ କଲେଜ ତରଫରୁ ସ୍ୱଚ୍ଛତା ଅଭିଯାନ ଏବଂ ସାମାଜିକ ସେବା କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଯାଇଛି। ଏଥିରେ ଅଧ୍ୟକ୍ଷ ଅରୁଣ କୁମାର ପଟେଲ ଅଧ୍ୟକ୍ଷତା କରିଥିବା ବେଳେ ମୁଖ୍ୟଅତିଥି ଭାବେ ଜୋନ ୧ ସଭ୍ୟା ସୁଜାତା ଖୁଣ୍ଟିଆ ଯୋଗ ଦେଇ କାର୍ଯ୍ୟକ୍ରମର ଶୁଭ ଉଦଘାଟନ କରିଥିଲେ। କଲେଜ ପିଇଟି ରଞ୍ଜନ କୁମାର ମହକୁଲ ପରିଚାଳନା କରିଥିବା ବେଳେ ବରିଷ୍ଠ ଅଧ୍ୟାପକ ପ୍ରଦୀପ କୁମାର ପଣ୍ଡା କାର୍ଯ୍ୟକ୍ରମର ନେତୃତ୍ୱ ନେଇଥିଲେ। ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ସ୍ୱଚ୍ଛତା ଅଭିଯାନର ସ୍ଲୋଗାନ ଦେଇ କଲେଜ ପରିକ୍ରମା କରି ପରିସର କୁ ସଫା କରିଥିଲେ। ଚତୁର୍ପାଶ୍ଵ ସଫା ସୁତୁରା କରିବା ସହିତ ନାରୀ ଶିକ୍ଷା ପ୍ରୋତ୍ସ।ହନ ନିମନ୍ତେ ଲୋକଙ୍କୁ ସଚେତନ କରିବା ଉଦ୍ଦେଶ୍ୟରେ ନୃତ୍ୟ ଓ ସଙ୍ଗୀତ ମାଧ୍ୟମରେ ସଚେତନତା ବାର୍ତ୍ତା ପ୍ରଚାର କରିଥିଲେ। ପରେ ଡିଗ୍ରୀ କଲେଜ ପକ୍ଷରୁ ଏକ ସଭାର ଆୟୋଜନ କରାଯାଇଥିଲା। ଅନ୍ୟମାନଙ୍କ ଅଧ୍ୟାପିକା ଅରୁଣା ମିଶ୍ର, ତୃପ୍ତି ମିଶ୍ର ପ୍ରମୁଖ ମଞ୍ଚାସିନ ଥିଲେ। ଏହି କାର୍ଯ୍ୟକ୍ରମରେ ଶତାଧିକ ଛାତ୍ରୀଛାତ୍ରଙ୍କ ସମେତ ବିଦ୍ୟାଳୟ ଓ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଏବଂ ଅନ୍ୟ କର୍ମଚାରୀ ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ।