Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆଜି ଶ୍ରୀମନ୍ଦିରରେ ପଡ଼ିବ ନାହିଁ ରାତ୍ର ପହୁଡ଼, ବିଳମ୍ବିତ ରାତି ଯାଏ ଚାଲିବ ଦର୍ଶନ

ପୁରୀ: ଆସନ୍ତାକାଲି କାର୍ତ୍ତିକ ପୂର୍ଣ୍ଣମୀ ଏବଂ କାର୍ତ୍ତିକ ମାସର ଶେଷ ଦିନ। ତେଣୁ ଏହି ପବିତ୍ର ମାସରେ ଶ୍ରୀଜିଉଙ୍କ ଦର୍ଶନ ପାଇଁ ପୁରୀରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିବାରେ ଲାଗିଛି। ଆଜି ମଧ୍ୟ ଭକ୍ତଙ୍କ ପ୍ରବଳ ଜନ ସମାଗମ ଘଟିଛି। ଏହାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାତ୍ର ପହୁଡ଼ ହେବନାହିଁ। ବିଳମ୍ବିତ ରାତି ପର୍ଯ୍ୟନ୍ତ ଭକ୍ତମାନେ ମହାପ୍ରଭୁଙ୍କ ଦର୍ଶନ କରିପାରିବେ। ଏ ନେଇ ଶ୍ରୀ ମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ ସୂଚନା ଦେଇଛନ୍ତି।

ସୂଚନା ଅନୁଯାୟୀ, ପ୍ରବଳ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି ଯେ ତେଣୁ ବିଳମ୍ବିତ ରାତି ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ କରିପାରିବେ ଭକ୍ତ। ସେବାୟତଙ୍କ ସହ ଆଲୋଚନା ପରେ ଏହି ନିଷ୍ପତ୍ତି ନିଆଯାଇଛି। ସୋମବାର କାର୍ତ୍ତିକ ପୂର୍ଣ୍ଣିମାରେ ମହାପ୍ରଭୁଙ୍କ ରାଜରାଜେଶ୍ଵର ବା ସୁନାବେଶ ଅନୁଷ୍ଠିତ ହେବ। ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚୂଡାନ୍ତ ପର‌୍ୟ୍ୟାୟରେ ରହିଛି। ଶ୍ରୀଜିଉଙ୍କ ଏହି ବେଶ ଦେଖିବା ପାଇଁ ଲକ୍ଷାଧିକ ଭକ୍ତଙ୍କ ସମାଗମ ଘଟିବ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ