Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଜାତୀୟ ସମ୍ଭିଧାନ ଦିବସ ପାଳିତ

ଲକ୍ଷ୍ମୀପୁର ୨୬.୧୧ ..ଲକ୍ଷ୍ମୀପୁର ମହାବିଦ୍ୟାଳୟ ପରିସରରେ ଯୁକ୍ତ ଦୁଇ ଓ ଯୁକ୍ତ ତିନି ବିଭାଗର ଜାତୀୟ ସେବା ଯୋଜନା ୟୁନିଟ୍, ଯୁବ ରେଡକ୍ରସ ୟୁନିଟ୍ ଓ ମୋ କଲେଜ ଅଭିଯାନ ତରଫରୁ ଜାତୀୟ ସମ୍ବିଧାନ ଦିବସ ପାଳନ କରାଯାଇଥିଲା।ଏହି ଅବସରରେ ଯୁକ୍ତ ଦୁଇ ଓ ଯୁକ୍ତ ତିନି ବିଭାଗର ଅଧ୍ୟକ୍ଷ ଉପସ୍ଥିତ ରହି ଛାତ୍ରଛାତ୍ରୀ ମାନଙ୍କୁ ଭାରତୀୟ ସମ୍ବିଧାନ ସମ୍ବନ୍ଧରେ ବର୍ଣ୍ଣନା କରି ସମ୍ବିଧାନ ପ୍ରଣେତା ଡକ୍ଟର ଭୀମରାଓ ଆମ୍ବେଦକରଙ୍କ ବିଷୟରେ ସବିଶେଷ ଆଲୋଚନା କରିଥିଲେ। ଏହି ପରିପ୍ରେକ୍ଷୀରେ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନେ ତଥା ଅଧ୍ୟାପକ ଓ ଅଧ୍ୟାପିକା ମାନେ ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମକୁ ଯୁକ୍ତ ତିନି ଜାତୀୟ ସେବା ଯୋଜନା ଅଧିକାରୀ ଅଧ୍ୟାପକ ଦୁର୍ଯ୍ଯୋଧନ ସାହୁ ଏବଂ ଯୁକ୍ତ ଦୁଇ ଯୁବ ରେଡକ୍ରସ ଅଧିକାରୀ ଅଧ୍ୟାପକ ଯଶୋବନ୍ତ ଗରଡା ପରିଚାଳନା କରିଥିଲେ। କାର୍ଯ୍ୟକ୍ରମ ରେ ଛାତ୍ର ଭାରତ ନାଏକ, ତୁଷାର ନାଏକ, ଜଳନ୍ଧର ତୁନୁକା, ଭାଷ୍କର ହାରାକା ଓ ଭୋଳାଶଙ୍କର ମିଣିଆକା ସହଯୋଗ କରିଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ