ସାଇପ୍ରଭୂଜୀ ଗ୍ଲୋବାଲ ଇଂଲିଶ ମିଡିୟମ ସ୍କୁଲ୍ ର ଦ୍ଵିତୀୟ ବାର୍ଷିକ ଉତ୍ସବ ଅନୁଷ୍ଠିତ


ବାଲିଗୁଡ଼ା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ନୂଆସାହି ସ୍ଥିତ ସାଇ ପ୍ରଭୂଜୀ ଗ୍ଲୋବାଲ ଇଂଲିଶ ମିଡିୟମ ସ୍କୁଲ୍ ର ଦ୍ଵିତୀୟ ବାର୍ଷିକ ଉତ୍ସବ ସ୍କୁଲ ପରିସରରେ ଅନୁଷ୍ଠିତ ହୋଇ ଯାଇଛି l ଏଥିରେ ମୁଖ୍ୟ ଅତିଥି ଭାବେ ବାଲିଗୁଡ଼ା ଗୋଷ୍ଠୀଉନ୍ନୟନ ଅଧିକାରୀ ମହେଶ୍ୱର ମାଝୀ ଯୋଗ ଦେଇ ଦୀପ ପ୍ରଜ୍ଜଳନ ପୂର୍ବକ ଶ୍ରୀ ଜଗନ୍ନାଥଙ୍କ ଫୋଟୋ ଚିତ୍ରରେ ପୁଷ୍ପମାଲ୍ୟାର୍ପଣ କରି ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ l ସମ୍ମାନୀତ ଅତିଥି ଭାବେ ଆଦିବାସୀ ମହାବିଦ୍ୟାଳୟ ଅଧ୍ୟକ୍ଷ କାର୍ତ୍ତିକ ଚନ୍ଦ୍ର ସି, ଶିକ୍ଷାବିତ୍ ଡକ୍ଟର ବିଚିତ୍ରାନନ୍ଦ ଆଚାର୍ଯ୍ୟ ଏବଂ ମୂଖ୍ୟବକ୍ତା ଭାବେ ବାଲିଗୁଡ଼ା ଆଦିବାସୀ ମହାବିଦ୍ୟାଳୟ ର ପ୍ରାକ୍ତନ ଅଧ୍ୟକ୍ଷ ଡ.ମଧୁସୁଦନ ମହାପାତ୍ର ଯୋଗଦେଇଥିବା ବେଳେ ସାଇ ପ୍ରଭୂଜୀ ଗ୍ଲୋବାଲ ସ୍କୁଲ୍ ର ଅଧ୍ୟକ୍ଷ ରବି ନାରାୟଣ ମିଶ୍ର ଏବଂ ପିଟିଏ ସଭାପତି ଗୀତା ପାତ୍ର ପ୍ରମୁଖ ମଞ୍ଚାସୀନ ରହି ଉତ୍ତମ ମାନର ଶିକ୍ଷାଦାନ ପଦ୍ଧତି ଓ ଆନୁଷଙ୍ଗିକ ବ୍ୟବସ୍ଥା କୁ ଉଚ୍ଚ ପ୍ରଶଂସା କରିଥିଲେ l ସ୍କୁଲ ରୁ କିଭଳି ଅଧିକ ରୁ ଅଧିକ ମେଧାବୀ ଛାତ୍ରଛାତ୍ରୀ ବାହାରିବେ ସେନେଇ ସ୍କୁଲ୍ କତୃପକ୍ଷ ଙ୍କ ପ୍ରଚେଷ୍ଟା କୁ ଉଚ୍ଚ ପ୍ରଶଂସିତ କରିଥିଲେ ଅତିଥିଗଣ l ସ୍କୁଲର ଅଧ୍ୟକ୍ଷ ଶ୍ରୀ ମିଶ୍ର ଅତିଥି ଙ୍କ ପରିଚୟ ପ୍ରଦାନ କରିଥିବା ବେଳେ ବରିଷ୍ଠ କଳାକାର ତଥା ଶିକ୍ଷାବିତ୍ ସନ୍ତୋଷ କୁମାର ବେହେରା କାର୍ଯ୍ୟକ୍ରମ କୁ ସଂଯୋଜନା କରିଥିଲେ l ସ୍କୁଲ ର ବିଭିନ୍ନ ପ୍ରତିଯୋଗିତା ରେ ଅଂଶ ଗ୍ରହଣ କରି କୃତିତ୍ୱ ଅର୍ଜନ କରିଥିବା ଛାତ୍ର ଛାତ୍ରୀଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କାର ପ୍ରଦାନ କରାଯାଇଥିଲା l ଶେଷରେ ଅଧ୍ୟକ୍ଷ ଶ୍ରୀ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ l

ଗଜପତି ଜିଲ୍ଲାରେ ଆନ୍ଧ୍ର ଅଧିକାରୀମାନଙ୍କ ବେଆଇନ ପ୍ରବେଶକୁ ପ୍ରଶୟ ଦିଆଯିବ ନାହିଁ…. ଗଜପତି ଜିଲ୍ଲାପାଳ ପାରଳାଖେମୁଣ୍ଡି,୧୯/୭(ଗରୁଡ ଧ୍ୱଜ ଚୌଧୁରୀ) ଓଡ଼ିଶା ସୀମାରେ ଆନ୍ଧ୍ର ଅଧିକାରୀଙ୍କ ଅନୁପ୍ରବେଶ କରି ଓଡ଼ିଶାର 3 ଗୋଟି ଗାଁକୁ ଆନ୍ଧ୍ରର ବୋଲି ଦାବି କରିବା ବ୍ୟର୍ଥ ଉଦ୍ୟମକୁ କେବେ ବି ସଫଳ କରି ଦିଆଯିବନାହିଁ. ଓଡିଶା ତଥା ଗଜପତି ଜିଲ୍ଲାର ପରିସୀମା ମଧରେ ଆନ୍ଧ୍ର ଅଧିକାରୀଙ୍କ ବେଆଇନ ପ୍ରବେଶ ଓ ବିଭିନ୍ନ ମିଥ୍ୟା ଓ ବିଭ୍ରାନ୍ତିକର ମନ୍ତବ୍ୟକୁ କେବେ ବି ପ୍ରଶୟ ଦିଆ ଯିବନାହିଁ ବୋଲି ଗଜପତି ଜିଲ୍ଲାପାଳ ବିଜୟ କୁମାର ଦାସ ଦୃଢତାର ସହ ପ୍ରକାଶ କରିଛନ୍ତି.ଏହି ଘଟଣା ନେଇ ଗଜପତି ଜିଲ୍ଲା ପ୍ରଶାସନ ସମ୍ପୂର୍ଣ ଆକସନ୍ ମୁଡ୍‌ରେ ରହିଥ‌ିବା ଜଣାପଡ଼ିଛି। ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ଅଧୀନ ଗଙ୍ଗାବାଡ଼ ପଞ୍ଚାୟତର ମାଣିକପାଟଣା, ଆମରିଙ୍ଗି ଓ ବୁରୁସିଂ ଆଦି 3 ଗୋଟି ଗ୍ରାମକୁ ଗଜପତି ଜିଲ୍ଲାପାଳ ବିଜୟ କୁମାର ଦାସ ଓ ଆରକ୍ଷୀ ଅଧୀକ୍ଷକ ଯତୀନ୍ଦ୍ର ପଣ୍ଡା ପହଞ୍ଚି ଲୋକଙ୍କ ସହ ସାକ୍ଷାତ କରି ବିଭିନ୍ନ ବିଷୟରେ ଆଲୋଚନା କରିଛନ୍ତି। ଆନ୍ଧ୍ରର କୌଣସି ଅଧିକାରୀ ଆସିଲେ ଡରିବାର ନାହିଁ. ତୁରନ୍ତ ପ୍ରଶାସନକୁ ଜଣାଇବାକୁ ଜିଲ୍ଲାପାଳ ଗ୍ରାମବାସୀଙ୍କୁ କହିଛନ୍ତି. ଓଡ଼ିଶା ଜାଗା ଛାଡିବୁନି କି ଆନ୍ଧ୍ର ଜାଗା ମାଡ଼ିବୁ ନାହିଁ ବୋଲି ଜିଲ୍ଲାପାଳ ବିଜୟ କୁମାର ଦାସ ଗ୍ରାମବାସୀମାନଙ୍କୁ ଦୃଢତାର ସହ ପ୍ରକାଶ କରିଛନ୍ତି। ଏଥିସହ ମାଣିକପାଟଣାରେ ତିଆରି ହୋଇଥିବା ଆନ୍ଧ୍ରର ଅଙ୍ଗନବାଡ଼ି କେନ୍ଦ୍ରକୁ ବୁଲି ଦେଖୁବା ସହ ଉକ୍ତ କେନ୍ଦ୍ରର ସୀମା ଚିହ୍ନଟ ପାଇଁ ରାୟଗଡ ତହସିଲଦାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସୀମାକୁ ନେଇ କୌଣସି ବିବାଦ ନାହିଁ ଉନ୍ନୟନ କାର୍ଯ୍ୟ ହୋଇଥିବା ଅଞ୍ଚଳ ଓଡ଼ିଶାର, ଓଡ଼ିଶା ସୀମା ଭିତରେ ହିଁ ରହିଛି. ଗତ କିଛି ଦିନ ତଳେ ପାରଳାଖେମୁଣ୍ଡି ଉପଜିଲ୍ଲାପାଳ ଏହି ଅଞ୍ଚଳ ଗସ୍ତ କରି ସମସ୍ତ ଅନୁଧ୍ୟାନ କରିବା ପରେ ଯେଉଁ ରିପୋର୍ଟ ପ୍ରଦାନ କରିଛନ୍ତି ଆନ୍ଧ୍ରର ଶ୍ରୀକାକୁଲମ ଜିଲ୍ଲାପାଳଙ୍କୁ ଚିଠି ଲେଖୁ ଜଣାଇ ଦିଆଯାଇଛି। ଏହି ଗସ୍ତ ସମୟରେ ସହକାରୀ ନିର୍ବାହୀ ଯନ୍ତ୍ରୀ ସିଦ୍ଧାର୍ଥ ଶଙ୍କର ତ୍ରିପାଠୀ, ସିଡିପିଓ ବି. କାମଳାଙ୍ଗୀ, ଏସ୍‌ ଡିପିଓ ମାଧବାନନ୍ଦ ନାୟକ, ଜିଲ୍ଲା ଶିକ୍ଷା ଅଧିକାରୀ ମାୟାଧର ସାହୁ, ଗାରାବନ୍ଧ ଥାନା ଅଧିକାରୀ ପ୍ରଶାନ୍ତ ନିଶିକା ପ୍ରମୁଖଙ୍କ ସହ କେତେଜଣ ପ୍ରଶାସନିକ ଅଧିକାରୀ ଏହି 3 ଗୋଟି ଗ୍ରାମକୁ ଉପଜିଲ୍ଲାପାଳଙ୍କ ସହ ଗସ୍ତ କରି ସମସ୍ତ ଅନୁଧ୍ୟାନ କରିଥିଲେ। ମୋଟାମୋଟି ଭାବେ ଏହି ସମସ୍ତ ଅଞ୍ଚଳ କେବଳ ଓଡିଶାର ଏବଂ ଗଜପତି ଜିଲ୍ଲା ଅଧୀନରେ ରହିଥିବା ସ୍ପଷ୍ଟ ହୋଇଯାଇଛି. ଆଗାମୀ ଦିନରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଉନ୍ନୟନମୂଳକ ଯୋଜନାରେ ଆହୁରି ଅନେକ ବିକାଶମୂଳକ ଜନ ହିତକର କାର୍ଯ୍ୟ କରାଯିବ. ତେଣୁ ଅଞ୍ଚଳବାସୀ ଆନ୍ଧ୍ରର କେତେକ ଅଧିକାରୀଙ୍କ ବିଭ୍ରାନ୍ତିମୂଳକ ଓ ଭୁଲ ତଥ୍ୟକୁ କୌଣସି ଭାବେ ଗୁରୁତ୍ୱ ନ ଦେଇ ଓଡିଶା ପ୍ରଶାସନର ବିଭିନ୍ନ ଉନ୍ନୟନମୂଳକ ଯୋଜନାରେ ନିଜ ନିଜକୁ ସାମିଲ କରି ଏହି ଅଞ୍ଚଳର ଉନ୍ନତି ଓ ବିକାଶ ପାଇଁ ସହଯୋଗ କରନ୍ତୁ ବୋଲି ଗଜପତି ଜିଲ୍ଲାପାଳ ବିଜୟ କୁମାର ଦାଶ ସମ୍ପୃକ୍ତ ଅଞ୍ଚଳବାସୀଙ୍କୁ ନିବେଦନ କରିଛନ୍ତି.