Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆସୁଛି ଆଉ ଏକ ବାତ୍ୟା ! ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

ଭୁବନେଶ୍ଵର: ବଙ୍ଗୋପସାଗରରେ ଆସୁଛି ଆଉ ଏକ ବାତ୍ୟା। ଦକ୍ଷିଣ ଆଣ୍ଡାମାନ ସାଗର ଓ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ସଂଲଗ୍ନ ଅଞ୍ଚଳରେ ଲଘୁଚାପ ସୃଷ୍ଟି ହୋଇଛି । ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରି ନଭେମ୍ବର ୨୯ରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରର ବାତ୍ୟା ସମ୍ଭାବନା ରହିଛି ବୋଲି ଏନେଇ ପାଣିପାଗ ବିଭାଗ ଆକଳନ କରିଛି।

ଏହାର ପ୍ରଭାବରେ ୨୮ ତାରିଖରେ କୋରାପୁଟ, ମାଲାକାନଗିରି, ନବରଙ୍ଗପୁର, ରାୟଗଡ଼ା, ଗଜପତି, କଳାହାଣ୍ଡି, କନ୍ଧମାଳ ଓ ନୂଆପଡ଼ା ଜିଲ୍ଲାର କେତେକାଂଶରେ ହାଲୁକା ବର୍ଷା ହୋଇପାରେ। ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ତାପମାତ୍ରାରେ ବିଶେଷ ପରିବର୍ତ୍ତନ ଦେଖାଯିବ ନାହିଁ। ଆଜି ରାଜଧାନୀ ଭୁବନେଶ୍ବର ଓ ଏହାର ଆଖପାଖ ଅଞ୍ଚଳର ପାଗ ଶୁଖିଲା ରହିଛି। ଦିନର ସର୍ବୋଚ୍ଚ ତାପମାତ୍ରା ୩୦ ଡିଗ୍ରି ଓ ସର୍ବନିମ୍ନ ତାପମାତ୍ରା ୧୮ ଡିଗ୍ରି ମଧ୍ୟରେ ରହିବ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ