Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଧର୍ମଗଡଠାରେ ଜିଲ୍ଲାପାଳଙ୍କ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

କଳାହାଣ୍ଡି,୨୮/୧୧-କଳାହାଣ୍ଡି ଜିଲ୍ଲା ଧର୍ମଗଡସ୍ଥିତ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି. ଅନ୍ୱେଷା ରେଡ୍ଡୀଙ୍କ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଧର୍ମଗଡ଼ ଉପ ଜିଲ୍ଲାପାଳ ବିରଞ୍ଚି ନାରାୟଣ ଦରୱାନ୍, ପଞ୍ଚାୟତ ସମିତି ଅଧ୍ୟକ୍ଷା ବବିତା ପାଟ୍ଟଯୋଶୀଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ଏହି ଶିବିରରେ ମୋଟ ୩୪ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୨୦ଟି ବ୍ୟକ୍ତିଗତ ସମସ୍ୟାମୂଳକ ଅଭିଯୋଗ ଓ ୧୪ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ବଳିତ ଅଭିଯୋଗ ଥିଲା। ୮ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ