Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ବାସେନପାଲି ୟୁପି ସ୍କୁଲରେ ବିଦ୍ୟାଳୟ ସ୍ତରୀୟ ବିଜ୍ଞାନ ମେଳା

ଝାରସୁଗୁଡା ୨୮/୧୧ (ଓଡ଼ିଶା ନ୍ୟୁଜ) ଝାରସୁଗୁଡ଼ା ଜିଲ୍ଲା ଲଖନପୁର ବ୍ଲକ କତରବଗା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାସେନପାଲି(କ) ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ଆଜି ବିଦ୍ୟାଳୟ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଥିଲା । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅରୁଣ କୁମାର ପଧାନ ଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୋଟ ୧୨ ଟି ବିଭିନ୍ନ ପ୍ରକାର ପ୍ରକଳ୍ପ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ପ୍ରଦର୍ଶିତ ହୋଇଥିଲା ଏବଂ ଆସନ୍ତା ୨୯ ତାରିଖରେ ହେବାକୁ ଥିବା ବ୍ଲକ ସ୍ତରୀୟ ବିଜ୍ଞାନ ମେଳାରେ ଭାଗ ନେବା ପାଇଁ ଛାତ୍ର ଆଶିଷ ସାହୁ,ଉମାକାନ୍ତ ମରେଇ ଓ ସଞ୍ଜୟ ସା ମନୋନୀତ ହୋଇଥିବା ପ୍ରଧାନ ଶିକ୍ଷକ ଶ୍ରୀ ପଧାନ ସୂଚନା ଦେଇଛନ୍ତି । ଆଜିର ଏହି କାର୍ଯ୍ୟକ୍ରମରେ ମହେନ୍ଦ୍ର ଭୋଇ,ସୁରେଶ ଚନ୍ଦ୍ର ସାହୁ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ । ସେହିପରି ସହକାରୀ ଶିକ୍ଷକ ରମାକାନ୍ତ ଦୁଆନ,ସସ୍ମିତା ପଧାନ,ଫିରୋଜ ପଧାନ ଙ୍କ ସମେତ ବିଦ୍ୟାଳୟ ପରିଚାଳନା କମିଟିର ସମସ୍ତ ସଦସ୍ୟ ସଦସ୍ୟା ସହଯୋଗ କରିଥିଲେ ।

More Stories