Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ଆସନ୍ତା ୫ ଯାଏ ରାଜ୍ୟରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି କାଳବୈଶାଖୀ ବର୍ଷା। ଏହାର ପ୍ରଭାବରେ ମଧ୍ୟାହ୍ନରେ ତାତି ରହୁଥିବା ବେଳେ ଅପରାହ୍ନରେ ବର୍ଷା ହେଉଛି। କାଳବୈଶାଖୀ ପ୍ରଭାବରେ ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ।

୮ ତାରିଖ ବେଳକୁ ବର୍ଷାର ପରିମାଣ ବଢିବା ନେଇ ଆଶଙ୍କା କରାଯାଉଛି। ଏ ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ ଓଡ଼ିଶା ସହ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଘଡ଼ଘଡ଼ି ବିଜୁଳି ସହ ପ୍ରବଳ ବର୍ଷା ନେଇ ଆକଳନ କରିଛି କେନ୍ଦ୍ର। ଏ ନେଇ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ଦୁଇଦିନ ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବା ସମ୍ଭାବନା ରହିଛି।