Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଦାନା ବାନ୍ଧୁଛି ବାତ୍ୟା, ୭ ଜିଲ୍ଲାପାଳଙ୍କୁ ଚିଠି ଲେଖି ସତର୍କ କରାଇଲେ ଏସଆରସି

ଭୁବନେଶ୍ଵର: ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ବାତ୍ୟା। ସମ୍ଭାବ୍ୟ ବାତ୍ୟାକୁ ନେଇ ସ୍ଵତନ୍ତ୍ର ରିଲିଫ କମିଶନର(ଏସଆରସି) ୭ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି। ମତ୍ସ୍ୟଜୀବୀ ଓ ଚାଷୀମାନଙ୍କୁ ସତର୍କ କରାଇବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ତେବେ ଏହି ବାତ୍ୟା କେଉଁ ଆଡ଼େ ଗତି କରିବ ତାହା ସ୍ପଷ୍ଟ ଜଣା ପଡ଼ିନି। ବର୍ଷା କି ପବନ ହେଲେ ଅମଳ ସମୟରେ ଚାଷୀଙ୍କ ଖେତ ଉଜୁଡ଼ିବାର ଭୟ ରହିଛି।

ଏସଆରସିଙ୍କ ପକ୍ଷରୁ ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା ଓ ଗଞ୍ଜାମ ଜିଲ୍ଲାପାଳଙ୍କୁ ଚିଠି ଲେଖା ହୋଇଛି। ଡିସେମ୍ବର ୧ ତାରିଖରୁ ସମୁଦ୍ରରେ ପବନ ବହିବ ଓ ଅଶାନ୍ତ ରହିବ। ୧ ତାରିଖରୁ ମତ୍ସ୍ୟଜୀବୀଙ୍କୁ ଗଭୀର ସମୁଦ୍ର ଯିବାକୁ ବାରଣ କରାଯାଇଛି। ଯେଉଁମାନେ ସମୁଦ୍ର ଭିତରେ ଅଛନ୍ତି ୧ ତାରିଖ ପୂର୍ବରୁ ଫେରି ଆସିବାକୁ ପରାମର୍ଶ ଦିଆଯାଇଛି। ସଂପୃକ୍ତ ବିଭାଗର ସଚିବକୁ ଏହା ପ୍ରତି ଦୃଷ୍ଟି ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହା ସହିତ ଚାଷୀଙ୍କୁ ସତର୍କ କରାଇବା ପାଇଁ କୃଷି ବିଭାଗକୁ ଏସଆରଏସ ନିର୍ଦ୍ଦେଶ ଦେଇଛନ୍ତି।

ଦକ୍ଷିଣ ଆଣ୍ଡାମାନ ସାଗର ଓ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ସଂଲଗ୍ନ ଅଞ୍ଚଳରେ ଲଘୁଚାପ ସୃଷ୍ଟି ହୋଇଛି। ୩୦ ତାରିଖ ବେଳକୁ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବା ସମ୍ଭାବନା ଅଛି। ପରେ ଉତ୍ତର ପଶ୍ଚିମ ଦିଗରେ ମୁହାଁଇ ୨ ତାରିଖ ବେଳକୁ ଦକ୍ଷିଣ ପଶ୍ଚିମ ଓ ପାଖ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ବାତ୍ୟା ରୂପ ନେବ ବୋଲି ଏନେଇ ପାଣିପାଗ ବିଭାଗ ଆକଳନ କରିଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ