Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆଗାମୀ ୩ ଘଣ୍ଟା ମଧ୍ୟରେ ଟ୍ବିନ୍‌ ସିଟିରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆଗାମୀ ୩ ଘଣ୍ଟା ମଧ୍ୟରେ କଟକ ଏବଂ ଭୁବନେଶ୍ୱର ସମେତ ଓଡିଶାର ୧୩ଟି ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ। ମଙ୍ଗଳବାର ଅପରାହ୍ନ ୫.୪୦ ପର୍ଯ୍ୟନ୍ତ ଏହି ସବୁ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
ଝଡ ବର୍ଷା ସହ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା ରହିଥିବା ନେଇ ପୂର୍ବାନୁମାନ କରିଛି କେନ୍ଦ୍ର।

କେନ୍ଦୁଝର, ବାଲେଶବର, ଭଦ୍ରକ, ଯାଜପୁର, ଅନୁଗୁଳ, ଢେଙ୍କାନାଳ, କଟକ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ସୋନପୁର, ବଲାଙ୍ଗୀର ଏବଂ ବୌଦ୍ଧରେ ବର୍ଷା ସମ୍ଭାବନା ରହିଛି।

ଲୋକଙ୍କୁ ପାଣିପାଗ ଉପରେ ନଜର ରଖିବାକୁ ଏବଂ ସେହି ଅନୁଯାୟୀ ବଜ୍ରପାତରୁ ନିଜକୁ ରକ୍ଷା କରିବା ପାଇଁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।

ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ଏପ୍ରିଲ ୯ ତାରିଖ ସକାଳ ପର୍ଯ୍ୟନ୍ତ ହାଲୁକା ରୁ ମଧ୍ୟମ ଧରଣର ବର୍ଷା ହେବା ସମ୍ଭାବନା ଥିବାବେଳେ ଆସନ୍ତା ଦୁଇ ଦିନ ମଧ୍ୟରେ ଦିନର ତାପମାତ୍ରା ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ