ବୀରମହାରାଜପୁର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁରର ବିଭିନ୍ନ ଶିକ୍ଷାନୁଷ୍ଠାନ ମାନଙ୍କରେ ଶୁକ୍ରବାର ବିଶ୍ଵ ଏଡସ ଦିବସ ପାଳିତ ହୋଇଯାଇଛି । ସ୍ଥାନୀୟ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ଯୁବ ରେଡକ୍ରସ ତରଫରୁ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । କଲେଜ ଅଧ୍ୟକ୍ଷ ଆଶୁତୋଷ ହୋତା ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ରେ ପୂର୍ବତନ ଜିଲ୍ଲା ଉଚ୍ଚଶିକ୍ଷା ପରାମର୍ଶ ଦାତା ଡ଼ଃ ପ୍ରଫୁଲ ରଥ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଥିବାବେଳେ ବିରମହାରାଜପୁର ମହାବିଦ୍ୟାଳୟ ର ଇଂରାଜି ବିଭାଗ ର ଅଧ୍ୟାପକ ବିଜୟ କୁମାର ପୁରୋହିତ ମୁଖ୍ୟବକ୍ତା ଭାବେ ଯୋଗଦେଇଥିଲେ । କାର୍ଯ୍ୟକ୍ରମ ରେ କଲେଜ ରେଡକ୍ରସ ପରାମର୍ଶ ଦାତା ଗୀତାଞ୍ଜଳି ପଧାନ ସଭା ର ଉଦ୍ଦେଶ୍ୟ ଜ୍ଞlପନ କରିଥିଲେ । ସଭାକୁ ଅଧ୍ୟାପିକା ସନ୍ତୋଷିନୀ ନାୟକ ସଂଯୋଜନା କରିଥିବା ବେଳେ ଅଧ୍ୟାପିକା ସଂଧ୍ୟା ରାଣୀ ରାଉତ ଧନ୍ୟବାଦ ଅର୍ପଣ କରିଥିଲେ । ସଭା ପୂର୍ବରୁ ଏକ ରାଲି ରେ ସମସ୍ତ ଛାତ୍ରୀ ନିକଟସ୍ଥ ଗ୍ରାମକୁ ଯାଇଥିବା ବେଳେ କାର୍ଯ୍ୟକ୍ରମ ରେ କଲେଜ ର ସମସ୍ତ କର୍ମଚାରୀ ସହଯୋଗ କରିଥିଲେ । ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତା ରେ କୃତି ଛାତ୍ରୀ ମାନଙ୍କୁ ଅତିଥି ମାନଙ୍କ ଦ୍ବାରା ପୁରସ୍କୃତ କରାଯାଇଥିଲା ।
ବୀରମହାରାଜପୁର ମହିଳା ମହାବିଦ୍ୟାଳୟ ରେ ବିଶ୍ଵ ଏଡସ ଦିବସ ପାଳିତ
