Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ଭୀଷଣ ବାତ୍ୟାର ରୂପ ନେଲା ମିଗଜୋନ, ଦକ୍ଷିଣ ଓଡ଼ିଶାରେ ଆଜିଠୁ ପ୍ରବଳ ବର୍ଷା !

ଭୁବନେଶ୍ଵର: ବଙ୍ଗୋପସାଗରରେ ଭୀଷଣ ବାତ୍ୟାର ରୂପ ନେଲା ମିଗଜୋନ। ଉତ୍ତର ଉତ୍ତର-ପଶ୍ଚିମ ଦିଗରେ ଘଣ୍ଟା ପ୍ରତି ୮ କିମି ବେଗରେ ଗତି କରୁଛି। ଚେନ୍ନାଇର ପୂର୍ବ ଉତ୍ତର ପୂର୍ବକୁ ୯୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି ବାତ୍ୟା ମିଗଜୋନ। ନେଲୋରରୁ ୧୭୦ ଓ ପୁଡୁଚେରୀରୁ ୨୦୦ କିମି ଦୂରରେ ରହିଛି ବାତ୍ୟା। ସେହିପରି ବାପଟଲୀରୁ ୩୦୦ ଓ ମଛଲିପଟନମରୁ ୩୨୦ କିମି ଦୂରରେ ଅଧିକ ଘନିଭୂତ ହୋଇ ଆସନ୍ତାକାଲି ଆନ୍ଧ୍ର ଉପକୂଳ ଅତିକ୍ରମ କରିବ। ନେଲୋର ଓ ମଛଲିପଟନମ ମଧ୍ୟରେ ସ୍ଥଳଭାଗ ଅତିକ୍ରମ କରିବ। ଭୀଷଣ ବାତ୍ୟା ରୂପ ନେଇ ବାପଟଲା ପାଖରେ ଅତିକ୍ରମ କରିବ। ସ୍ଥଳଭାଗ ଛୁଇଁଲା ବେଳେ ପବନ ବେଗ ୯୦ରୁ ୧୦୦ କିମି ରହିବ। ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବ।

ପାଣିପାଗ ବିଭାଗ ଅନୁଯାୟୀ, ବାତ୍ୟା ମିଗଜୋନ ପ୍ରଭାବରେ ସୋମବାରଠୁ ରାଜ୍ୟରେ ବର୍ଷା ଆରମ୍ଭ ହୋଇପାରେ। ୫ ତାରିଖରେ ପ୍ରବଳ ବର୍ଷା ହେବା ସହ ଭୂସ୍ଖଳନର ଆଶଙ୍କା ରହିଛି। ଏମିତି କି ଫସଲ ବ୍ୟାପକ କ୍ଷତିଗ୍ରସ୍ତ ମଧ୍ୟ ହେବାର ଆଶଙ୍କା ରହିଛି। ବିଶେଷ କରି ୪ ତାରିଖରେ ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ହେବ । ଅଧିକାଂଶ ସ୍ଥାନରେ ୭୦ରୁ ୧୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଏହାବ୍ୟତୀତ ପୁରୀ, କନ୍ଧମାଳ, ନବରଙ୍ଗପୁର, କଳାହାଣ୍ଡି, ନୟାଗଡ଼, ଖୋର୍ଦ୍ଧା, ଜଗତ୍‌ସିଂହପୁର ଓ କଟକରେ ବି ବର୍ଷିବ ।

ସେହିପରି ୫ ତାରିଖରେ ପ୍ରବଳ ବର୍ଷା ନେଇ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଏହି ୫ ଜିଲ୍ଲାକୁ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି କରାଯାଇଛି । ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ ଓ ପୁରୀରେ ମଧ୍ୟ ଭୀଷଣ ବର୍ଷା ହୋଇପାରେ । ଦକ୍ଷିଣ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ଅଧିକ ବର୍ଷିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ୬ରେ ଗଞ୍ଜାମ, ଗଜପତି, ପୁରୀ, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତସିଂହପୁର, କନ୍ଧମାଳ, କୋରାପୁଟ, ମାଲକାନଗିରି ଓ ରାୟଗଡ଼ାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।