Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଫୋନ କରି ବିଜୟର ଶୁଭକାମନା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର:  ମଧ୍ୟପ୍ରଦେଶ, ଛତିଶଗଡ଼ ଓ ରାଜସ୍ଥାନ ବିଧାନସଭା ନିର୍ବାଚନରେ ବିଜେପିର ଚମକପ୍ରତଦ ବିଜୟ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଆଜି ସକାଳେ ମୁଖ୍ୟମନ୍ତ୍ରୀ ଟେଲିଫୋନ ଯୋଗେ ପ୍ରଧାନମନ୍ତ୍ରୀଙ୍କ ସହ କଥା ହୋଇ ବିଜୟର ଶୁଭେଚ୍ଛା ଜଣାଇଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ୪ଟି ରାଜ୍ୟରେ ଅନୁଷ୍ଠିତ ବିଧାନସଭା ନିର୍ବାଚନ‌ରେ ବିଜେପି ରାଜସ୍ଥାନ, ମଧ୍ୟପ୍ରଦେଶ ଏବଂ ଛତିଶଗଡ଼ରେ ଚମତ୍କାର ବିଜୟ ହାସଲ କରିଛି। ବିଜେପି ମଧ୍ୟ ପ୍ରଦେଶରେ ନିଜର ବିଜୟ ଅବ୍ୟାହତ ରଖିଥିବା ବେଳେ କଂଗ୍ରେସ ହାତରୁ ରାଜସ୍ଥାନ ଏବଂ ଛତିଶଗଡ଼ ଛଡ଼ାଇ ନେଇଛି। ଲୋକସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଏହି ପରାଜୟ ଶକ୍ତ ଧକ୍କା ଦେଇଛି।  

୨୩୦ ବିଧାନସଭା ଆସନ ବିଶିଷ୍ଟ ମଧ୍ୟପ୍ରଦେଶରେ ବିଜେପି ୧୬୫ ଆସନରେ ବିଜୟ ଲାଭ କରିଛି। ସେହିଭଳି ରାଜସ୍ଥାନରେ ୧୯୯ ଆସନରୁ ବିଜେପି ୧୧୫ ଆସନ ଜିତି ପ୍ରଚଣ୍ଡ ବହୁମତ ହାସଲ କରିଛି। ତେବେ ଛତିଶଗଡ଼ରେ ଦଳର ବିଜୟ ବିଜେପିକୁ ବେଶ ଆନ୍ଦିତକ କରିଛି। ରାଜ୍ୟରେ ୯୦ ଆସନରୁ ବିଜେପି ୫୫ ଆସନ ହାସଲ କରି ସରକାର ଗଢିବାକୁ ଯାଉଛି। ଗତକାଲି ବିଜୟ ପରେ ପ୍ରଧାନମନ୍ତ୍ରୀ ବିଜେପି କର୍ମୀଙ୍କୁ ସମ୍ବୋଧିତ କରି ବିଜୟର ଶୁଭକାମନା ଜଣାଇବା ସହ ଧନ୍ୟବାଦ ଜଣାଇଛନ୍ତି। ବିଜେପିର ଏହି ବିଜୟର ଶ୍ରେୟ ପ୍ରଧାନମନ୍ତ୍ରୀଙ୍କୁ ଦେଇଛନ୍ତି ସମସ୍ତ କର୍ମୀ ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ