Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ଭବାନୀପାଟଣାଠାରେ ଜିଲ୍ଲାସ୍ତରୀୟ ବିଶ୍ଵ ମୃତ୍ତିକା ଦିବସ ପାଳିତ

କଳାହାଣ୍ଡି,୦୫/୧୨-କଳାହାଣ୍ଡି ଜିଲ୍ଲା ଭବାନୀପାଟଣାସ୍ଥିତ ଆଞ୍ଚଳିକ କୃଷି ଗବେଷଣା କେନ୍ଦ୍ରଠାରେ ଜିଲ୍ଲାସ୍ତରୀୟ ବିଶ୍ଵ ମୃତ୍ତିକା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ସଭାରେ ମୁଖ୍ୟ ଅତିଥି ଭାବେ ନର୍ଲା ବିଧାୟକ ଭୂପିନ୍ଦର ସିଂ ଯୋଗ ଦେଇଥିଲେ । ସଭା ପ୍ରାରମ୍ଭରେ ଦୀପ ପ୍ରଜ୍ଜ୍ଵଳନ ପରେ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ବିଶ୍ଵେଶର ସାହୁ ଏହି ଦିବସର ମହତ୍ତ୍ଵ ତଥା କୃଷି ବିଭାଗ ତରଫରୁ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ମୃତ୍ତିକା ସ୍ୱାସ୍ଥ୍ୟ ସମ୍ପର୍କିତ ଯୋଜନା ସଂପର୍କରେ ଆଲୋକପାତ କରିଥିଲେ । ସଭାରେ ସଦର ବିଧାୟକ ପ୍ରତିନିଧି ମନୋଜ ସାହୁ, ଭବାନୀପାଟଣା ବ୍ଲକ ଆତ୍ମା ଅଧ୍ୟକ୍ଷ , ଉଦ୍ୟାନ ଉପ ନିର୍ଦେଶକ କିଶୋର ମହାଲିଂ,କୃଷି ବିଜ୍ଞାନ କେନ୍ଦ୍ରର ତଥା ଆଞ୍ଚଳିକ ଗବେଷଣା କେନ୍ଦ୍ରର ବରିଷ୍ଠ ବୈଜ୍ଞାନିକଗଣ ନିଜ ନିଜର ସୁଚିନ୍ତିତ ମତାମତ ପ୍ରଦାନ କରିଥିଲେ । କୃଷି ବିଭାଗ ତରଫରୁ ଅନୁଷ୍ଠିତ ପୋଷ୍ଟର ପ୍ରତିଯୋଗିତାରେ ସଫଳ ହୋଇଥିବା ଗଣନାଥପୁର ଉନ୍ନୀତ ସରକାରୀ ହାଇସ୍କୁଲର ୬ ଜଣ କୃତୀ ଛାତ୍ରଛାତ୍ରୀଙ୍କୁ ସଭାରେ ଟ୍ରଫି ଓ ମାନପତ୍ର ପ୍ରଦାନ କରାଯାଇଥିଲା । ଆଞ୍ଚଳିକ କୃଷି ଗବେଷଣା କେନ୍ଦ୍ର ପରିସରରେ ଇଫକୋ , କରମଣ୍ଡଳ ଓ ପାରାଦୀପ ଫସଫେଟ ଲିମିଟେଡ ସାରା କମ୍ପାନୀ ତରଫରୁ ଷ୍ଟଲର ବ୍ୟବସ୍ଥା କରାଯାଇଥିଲା ! ଭବାନୀପାଟଣା ବ୍ଲକ କୃଷି ଅଧିକାରୀଙ୍କ ସମେତ ବିଭାଗୀୟ କର୍ମଚାରୀମାନେ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ।