Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆର.ଉଦୟଗିରି ବ୍ଲକ ଡାବରାଗୁଡ଼ା ପଞ୍ଚାୟତର ତଇ ଗ୍ରାମରେ ନୂତନ ଚର୍ଚ୍ଚ ଗୃହ ଉଦଘାଟନ

ପାରଳାଖେମୁଣ୍ଡି:୭/୧୨(ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲା ଆର,ଉଦୟଗିରି ବ୍ଳକର ଡାବାରାଗୁଡା ପଞ୍ଚାୟତର ତଇ ଗ୍ରାମରେ ମୁଖ୍ୟମନ୍ତୀ ସ୍ବତନ୍ତ ସହାୟତା ପାଣ୍ଠିରୁ ୭ଲକ୍ଷ ଟଙ୍କାରେ ନିର୍ମାଣ ହୋଇଥିବା ଚର୍ଚ ଗୃହକୁ ବୁଧବାର ଆର,ଉଦୟଗିରି ବ୍ଳକ ଲକ୍ଷ୍ମୀନାରାୟଣ ଶବରଙ୍କ ଦ୍ବାରା ଉଦଘାଟନ କରିଥିଲେ । ଏଥିରେ ମୁଖ୍ୟଅତିଥି ଭାବେ ଜିଲ୍ଲା ବିଜେଡି ସଭପତି ଜଗବନ୍ଧୁ ଦାସ ଯୋଗ ଦେଇଥିଲେ ।ଏହାସହ ସ୍ଥାନୀୟ ବିଡିଓ ସମ୍ମାନିତ ଅତିଥି ଲରିମନ ଖର୍ସେଲ ଜିଲ୍ଲାପରିଷଦ ସଭ୍ୟା ଯମୁନା ଦଳବେହେରା, , ସ୍ଥାନୀୟ ସରପଞ୍ଚ ଯିଖରୀୟ ରଇତ, ସମିତିସଭ୍ୟ ସାମୁଏଲ, ଗମାଙ୍ଗ ସହକାରୀ ନିର୍ବାହୀୀ ଯନ୍ତୀ ସିଦ୍ଧାର୍ଥ ଶେଖର ତ୍ରିପାଠୀ, କନିଷ୍ଠ ଯନ୍ତୀ ସର୍ବେଶ୍ବର ସାହୁ,, ଜିପିଇଓ ଓ ସ୍ଥାନୀୟ ପିଇଓ ଶଶାଙ୍କ ଶେଖର ସୁବୁଦ୍ଧି, ଅନାମ ଗମାଙ୍ଗ ପ୍ରମୁଖ ଉପସ୍ଥିତ ଥିଲେ ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

ମୋହନା ବ୍ଲକ ଅନ୍ତର୍ଗତ ତାରମାଳ ଗ୍ରାମରେ ଗୁହାଳରେ ବଳଦବାନ୍ଧୁଥିବା ବେଳେ ବଜ୍ରାଘାତ, ବୃଦ୍ଧ ଓ ବଳଦ ମୃତ ପାରଳାଖେମୁଣ୍ଡି:୨୧/୯(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲା ମୋହନା ଥାନା ଅନ୍ତର୍ଗତ ତରାମାଳ ଗ୍ରାମରେ ଶୁକ୍ରବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା ଘଟିଛି। ପ୍ରବଳ ବର୍ଷା ସହ ବଜ୍ରପାତ ଯୋଗୁଁ ଜଣେ ୭୦ ବର୍ଷୀୟ ବୃଦ୍ଧ ଓ ତାଙ୍କ ବଳଦର ମୃତ୍ୟୁ ଘଟିଛି। ମୃତ ବୃଦ୍ଧ ହେଲେ ତରାମାଳ ଗ୍ରାମର ଜାବି ମଳିକ। ସୂଚନା ଅନୁଯାୟୀ, ଅପରାହ୍ନରେ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଘନ ଘନ ବଜ୍ରପାତ ହେଉଥିଲା। ପ୍ରତିଦିନ ଭଳି ଜାବି ମଳିକ ଗୋରୁ ଚରାଇ ଘରକୁ ଫେରିଥିଲେ। ବର୍ଷା ବଢ଼ିବାରୁ ସେ ନିଜ ବଳଦକୁ ଗୁହାଳରେ ବାନ୍ଧୁଥିବା ବେଳେ ହଠାତ୍ ଏକ ପ୍ରଚଣ୍ଡ ବଜ୍ରପାତ ହୋଇଥିଲା। ବଜ୍ରାଘାତରେ ବୃଦ୍ଧ ଓ ବଳଦ ଗୁରୁତର ଭାବେ ପ୍ରଭାବିତ ହୋଇ ଘଟଣାସ୍ଥଳରେ ହିଁ ପ୍ରାଣ ହରାଇଥିଲେ।ପ୍ରଚଣ୍ଡ ଶବ୍ଦ ଶୁଣି ପରିବାର ଲୋକ ଓ ଗ୍ରାମବାସୀ ଦୌଡ଼ି ଆସିଥିଲେ। ସେମାନେ ବୃଦ୍ଧ ଓ ବଳଦକୁ ନିଷ୍ପ୍ରାଣ ଅବସ୍ଥାରେ ପଡ଼ିଥିବା ଦେଖିଥିଲେ। ଘଟଣା ପରେ ଗ୍ରାମରେ ଶୋକର ଛାୟା ଖେଳିଯାଇଛି।ଖବର ପାଇ ସ୍ଥାନୀୟ ଲୋକେ ପ୍ରଶାସନକୁ ସୂଚନା ଦେଇଥିବା ବେଳେ ବାର୍ତ୍ତା ଲେଖାହେବା ସୁଦ୍ଧା କୌଣସି ପ୍ରଶାସନିକ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ନଥିବା ଜଣାପଡ଼ିଛି। ମୃତକଙ୍କ ପରିବାରକୁ ସରକାରୀ ସହାୟତା ପ୍ରଦାନ କରିବାକୁ ସ୍ଥାନୀୟ ଅଞ୍ଚଳବାସୀ ଦାବି କରିଛନ୍ତି।