Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଭବାନୀପାଟଣାଠାରେ ଶୁଭାରମ୍ଭ ହେଲା ନୂଆ ଓଡ଼ିଶା ଯୋଜନା

କଳାହାଣ୍ଡି,୦୮/୧୨-କଳାହାଣ୍ଡି ଜିଲ୍ଲା ମୁଖ୍ୟାଳୟ ଭବାନୀପାଟଣାସ୍ଥିତ ଓସ୍ବାନ ସଭାଗୃହରେ ନୂଆ (ନୂତନ ଉନ୍ନତ ଅଭିଳାଷ) ଓଡି଼ଶା ଯୋଜନାର ଶୁଭାରମ୍ଭ ହୋଇଯାଇଛି ! କଳାହାଣ୍ଡି ଜିଲ୍ଲାପାଳ ପି. ଅନ୍ଵେଷା ରେଡ୍ଡୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମକୁ ରାଜ୍ୟ ଦକ୍ଷତା ବିକାଶ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼ାଇ ଭିଡ଼ିଓ କନଫରେନସିଂ ମାଧ୍ୟମରେ ଶୁଭାରମ୍ଭ କରିଥିଲେ । ଏଥିରେ ଦକ୍ଷତା ବିକାଶ ବିଭାଗର ପ୍ରମୁଖ ସଚିବ ଉଷା ପାଢ଼ୀ, ନିର୍ଦେଶକ ରେଘୁ ଜୀ ଏବଂ ଦକ୍ଷତା ବିକାଶ ବିଭାଗର ଅନ୍ୟାନ୍ୟ କର୍ମକର୍ତ୍ତାମାନେ ଯୋଗ ଦେଇଥିଲେ। ଏହି ଯୋଜନା ମାଧ୍ୟମରେ ରାଜ୍ୟର ୧ ଲକ୍ଷ ଯୁବକ ଯୁବତୀଙ୍କୁ ଅତ୍ୟାଧୁନିକ ଦକ୍ଷତା ବିକାଶ ତାଲିମ ପ୍ରଦାନ ସହିତ ନିଯୁକ୍ତିକ୍ଷମ କରାଯିବାର ଲକ୍ଷ୍ୟ ରଖାଯାଇଛି ! ଏହା ବ୍ୟତୀତ ଦକ୍ଷତା ବିକାଶ କାର୍ଯ୍ୟକ୍ରମ ଗୁଡିକର ରୂପରେଖ ପ୍ରସ୍ତୁତି ପାଇଁ ଜିଲ୍ଲାଗୁଡ଼ିକୁ ନୂଆ ଓଡିଶାରେ କ୍ଷମତା ପ୍ରଦାନ କରାଯାଇଛି। କଳାହାଣ୍ଡି ଜିଲ୍ଲାରେ ବେଦାନ୍ତ ଆଲୁମିନା ସହଭାଗିତାରେ ଚଳିତ ଆର୍ଥିକ ବର୍ଷରେ ୧୫୦ ଜଣ ଯୁବକଯୁବତୀଙ୍କୁ ନିଯୁକ୍ତି ଭିତ୍ତିକ ତାଲିମ ପ୍ରଦାନ କରାଯିବ। ଜିଲ୍ଲା ଦକ୍ଷତା ବିକାଶ ଏବଂ ନିଯୁକ୍ତି କାର୍ଯ୍ୟାଳୟ ଦ୍ୱାରା ପରିଚାଳିତ କାର୍ଯ୍ୟକ୍ରମରେ ଜିଲ୍ଲା ଦକ୍ଷତା ବିକାଶ ଅଧିକାରୀ ଅଜିତ କୁମାର ଉତ୍ତରାୟ, ସରକାରୀ ପଲିଟେକ୍ନିକର ଅଧ୍ୟକ୍ଷ ଅମୂଲ୍ୟ ପଣ୍ଡା, ସୁଯୋଗ୍ୟ ମିଶ୍ର, ବେଦାନ୍ତ ଲିମିଟେଡ ତରଫରୁ ସିଏସ୍ଆର୍ ବିଭାଗର ଶିଶିର ତରଫଦାର, ଅଭିନବ ପ୍ରତାପ ଓ ୫୦ ଜଣ ପ୍ରଶିକ୍ଷାର୍ଥୀ ଯୋଗ ଦେଇଥିଲେ !

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ