Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

୭ରେ ପ୍ରବଳ ବର୍ଷା ସମ୍ଭାବନା; ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର: ରାଜ୍ୟରେ ଜାରି ରହିଛି ବର୍ଷାର ପ୍ରଭାବ। ଦିନରେ ଗରମ ଅନୁଭୂତ ହେଉଥିବା ବେଳେ ଅପରାହ୍ନରେ ଝଡବର୍ଷା ଯୋଗୁ ଥଣ୍ଡା ଅନୁଭୂତ ହେଉଛି। କେତେକ ସ୍ଥାନରେ ଝଡବର୍ଷା ସହ କୁଆପଥର ବର୍ଷା ମଧ୍ୟ ହେଉଛି। ଆସନ୍ତା ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ପାଗ ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ସେହିଭଳି ଅନ୍ୟ କିଛି ସ୍ଥାନରେ ଘଡଘଡି ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି । ୭ ତାରିଖ ଦିନ ବର୍ଷାର ପରିମାଣ ବଢିବା ନେଇ ଆକଳନ କରାଯାଇଛି। ଏଥିପାଇଁ ଦକ୍ଷିଣ, ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ୧୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ଖୋର୍ଦ୍ଧା, କଟକ, ଯାଜପୁର, ଅନୁଗୁଳ, ଢେଙ୍କାନାଳ ଏବଂ ନୟାଗଡରେ ବଜ୍ରପାତ ଜନିତ ବର୍ଷା ହେବାର ଅଧିକ ସମ୍ଭାବନା ରହିଥିବା କହିଛି ପାଣିପାଗ କେନ୍ଦ୍ର।