Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଗଙ୍ଗାଧର ମେହେର ଉଚ୍ଚତର ମାଧ୍ୟମିକ ବିଦ୍ୟାଳୟରେ ସ୍ୱଚ୍ଛତା କାର୍ଯ୍ୟକ୍ରମ

ସମ୍ବଲପୁର:ଆଜି ଗଙ୍ଗାଧର ମେହେର ଉଚ୍ଚତର ମାଧ୍ୟମିକ ବିଦ୍ୟାଳୟ ପରିସରରେ ଏକ ସ୍ଵଚ୍ଛତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି| ଯୁବ ଓଡ଼ିଶା -ନବୀନ ଓଡ଼ିଶା ଆନୁକୂଲ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅଧ୍ୟକ୍ଷ ଶ୍ରୀଯୁକ୍ତ ସୁଶାନ୍ତ କୁମାର ପଣ୍ଡା ପୌରୋହିତ୍ୟ କରିଥିଲେ। ମୁଖ୍ୟ ଅତିଥି ସମ୍ବଲପୁର ଜିଲ୍ଲାପରିଷଦର ଅଧ୍ୟକ୍ଷା ଶ୍ରୀମତୀ କୁମୁଦିନୀ ନାୟକ ଯୁବ ଓ ଛାତ୍ର ଗୋଷ୍ଠୀଙ୍କ ନିମନ୍ତେ ସରକାର ପ୍ରଣୟନ କରିଥିବା ବିଭିନ୍ନ ଯୋଜନା ଉପରେ ଆଲୋକପାତ କରିଥିଲେ ଏବଂ ଛାତ୍ରଛାତ୍ରୀମାନଙ୍କୁ ସଫଳତାର ଶୀର୍ଷ ସ୍ଥାନରେ ପହଞ୍ଚିବାକୁ ଉତ୍ସାହିତ କରିଥିଲେ। ମୁଖ୍ୟବକ୍ତା ଡ.ରାଜକୁମାର ବଡ଼ପଣ୍ଡା ଦୈନନ୍ଦିନ ଜୀବନରେ ସ୍ଵଚ୍ଛତା ବଜାୟ ରଖିବା ପାଇଁ ଛାତ୍ରଛାତ୍ରୀଙ୍କୁ ଉପଦେଶ ଦେଇଥିଲେ। ଆଧ୍ୟାପିକା ଶ୍ରୀମତୀ ରଶ୍ମି ରେଖା ଜେନା କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ ଏବଂ ଶ୍ରୀମତୀ ସାଗରିକା ଦଳାଇ ଧନ୍ୟବାଦ ଅର୍ପଣ କରିଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ