Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ସୁବଳୟା କଲେଜରେ ଖାଉଟି ସଚତେନତା କାର୍ଯ୍ୟକ୍ରମ

ବୀରମହାରାଜପୁର : (ସୌମିତ୍ରି ମେହେର) ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ସୁବଳୟା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ରେଆର ସୋନପୁର ତରଫରୁ ଯୁବା ଓଡିଶା ନବୀନ ଓଡିଶା ଅନ୍ତର୍ଗତ ଯୁବ ବିକାଶ କାର୍ଯ୍ୟକ୍ରମ ରେ ଏକ ଖାଉଟି ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି l କଲେଜ ଅଧ୍ୟକ୍ଷ ଭୋଳାନାଥ କର୍ମୀ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ସଭା ରେ ଅଧ୍ୟାପକ ଦେବାଶିଷ ପ୍ରଧାନ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ । ଏଥିରେ ମୁଖ୍ୟ ଅତିଥି ଭାବରେ ରେଆର ର ପ୍ରତିଷ୍ଠାତା ଗୌରୀଶ୍ୟାମ ପଣ୍ଡା ଯୋଗଦେଇ ଖାଉଟି ସୁରକ୍ଷା ଆଇନ 2019 ବିଷୟରେ ବିଷଦ ଭାବରେ ଆଲୋଚନା କରିଥିଲେ l ଖାଉଟି ଠକେଇ ର ଶିକାର ହେଲେ ଖାଉଟି ଅଦାଲତ ର ଆଶ୍ରୟ ନେଇ ପାରିବେ ବୋଲି କହିବା ସହ ଜିନିଷ କିଣିଲା ସମୟରେ ବିଲ ମାଗିବାକୁ ପରାମର୍ଶ ଦେଇଥିଲେ l ଶେଷରେ ଖାଉଟି ପରାମର୍ଶ କେନ୍ଦ୍ର ପରାମର୍ଶଦାତା ସୁଦାମ ଗାଇଗରିଆ ଧନ୍ୟବାଦ ଅର୍ପଣ କରିଥିଲେ l ଏହି ଅବସରରେ ସମସ୍ତ ଛାତ୍ରଛାତ୍ରୀ ଓ ଅଧ୍ୟାପକ ଅଧ୍ୟାପିକା ଉପସ୍ଥିତ ଥିଲେ।