Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ଫେବୃଆରୀ ୧୬ ଯୁକ୍ତ ୨ ପରୀକ୍ଷା, ତାରିଖ ଘୋଷଣା କଲା ସିଏଚଏସଇ

ଭୁବନେଶ୍ୱର: ଦଶମ ପରେ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ପାଇଁ ତାରିଖ ଘୋଷଣା ହୋଇଛି । ଫେବୃଆରୀ ୧୬ ତାରିଖରୁ ଆରମ୍ଭ ହେବ ଯୁକ୍ତ ୨ ପରୀକ୍ଷା । ଏହା ମାର୍ଚ୍ଚ ୨୦ ଯାଏଁ ଚାଲିବ । ଶୁକବ୍ରାର ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରୀକ୍ଷା କାର୍ଯ୍ୟସୂଚୀ ମଧ୍ୟ ପ୍ରକାଶ ପାଇଛି । ପୂର୍ବ ଘୋଷଣା ଅନୁଯାୟୀ ଜାନୁଆରୀ ୨ରୁ ୧୨ ତାରିଖ ମଧ୍ୟରେ ପ୍ରାକ୍ଟିକାଲ ପରୀକ୍ଷା ଆୟୋଜିତ ହେବ ।

ଗତ ୧୧ ତାରିଖରେ ସିବିଏସଇ ପକ୍ଷରୁ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ତାରିଖ ଘୋଷଣା ହୋଇ ସାରିଛି । ସେହିପରି ବୁଧବାର ଓଡିଶା ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଦଶମ ଶ୍ରେଣୀ ପରୀକ୍ଷା ତାରିଖ ଘୋଷଣା ହୋଇ ସାରିଛି । ଏହି କ୍ରମରେ ଆଜି ସିଏଚଏସଇ ପକ୍ଷରୁ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ତାରିଖ ଘୋଷଣା ହୋଇଛି ।

ସୂଚନାଯୋଗ୍ୟ, ଆସନ୍ତା ଫେବୃଆରୀ ୨୦ରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୪ ଯାଏଁ ଚାଲିବ। ୨୯୯୧ କେନ୍ଦ୍ରରେ ୫ ଲକ୍ଷ ୫୧ ହଜାର ୬୧୧ ଜଣ ପିଲା ପରୀକ୍ଷା ଦେବେ। ମାର୍ଚ୍ଚ ୧୫ରୁ ମାଟ୍ରିକା ଖାତା ଦେଖା ଆରମ୍ଭ ହେବ ବୋଲି ବୁଧବାର ସୂଚନା ଦେଇଛନ୍ତି ବୋର୍ଡ ସଭାପତି।