Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପୁରୀରେ ୭ଟି ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ ପ୍ରସ୍ତାବକୁ ଅନୁମୋଦନ: ଖର୍ଚ୍ଚ ହେବ ୧୪ କୋଟି ଟଙ୍କା

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପୁରୀ ଜିଲ୍ଲାର ୪ ଟି ବ୍ଲକର ୭ଟି ଗ୍ରାମପଞ୍ଚାୟତରେ ୭ଟି ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି।

ସୂଚନାଯୋଗ୍ୟ ଯେ ୫-ଟି ଅଧ୍ୟକ୍ଷଙ୍କ ଜିଲ୍ଲାଗସ୍ତ ସମୟରେ ପୁରୀ ଜିଲ୍ଲାର ବିଭିନ୍ନ ଗ୍ରାମପଞ୍ଚାୟତରେ ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ ପାଇଁ ପ୍ରସ୍ତାବ ଆସିଥିଲା। ଜନଶୁଣାଣି ପ୍ରସ୍ତାବକୁ ଦୃଷ୍ଟିରେ ରଖି ଆଜି ମୁଖ୍ୟମନ୍ତ୍ରୀ ପୁରୀ ଜିଲ୍ଲାର ବ୍ରହ୍ମଗିରୀ ବ୍ଲକର ଚାପମାଣିକ, ରେବଣା-ନୂଆଗାଁ, ବଡ ଦିଆଣ୍ଡି ଗ୍ରାମପଞ୍ଚାୟତ, କୃଷ୍ଣପ୍ରସାଦ ବ୍ଲକର ନୂଆପଡା ଓ ବଡନଳା ଗ୍ରାମପଞ୍ଚାୟତ, କଣାସ ବ୍ଲକର ବିଜିପୁର ଗ୍ରାମପଞ୍ଚାୟତ ଓ ପୁରୀ ସଦର ବ୍ଲକର ରାଇଗୋରଡ଼ା ଆଦି ଗ୍ରାମପଞ୍ଚାୟତମାନଙ୍କରେ ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ପ୍ରତ୍ୟେକ ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ ପାଇଁ ୨ କୋଟି ଟଙ୍କା ହିସାବରେ ସମୁଦାୟ ୧୪ କୋଟି ଟଙ୍କା ବ୍ୟୟ କରାଯିବ। ପ୍ରସ୍ତାବିତ ଏହି ବାତ୍ୟା ଆଶ୍ରୟସ୍ଥଳୀଗୁଡ଼ିକର ନିର୍ମାଣ ଦାୟିତ୍ୱ ଗ୍ରାମ ଉନ୍ନୟନ ବିଭାଗକୁ ନ୍ୟସ୍ତ କରାଯାଇଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories