Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ରିଷିଗାଁ କ୍ଲଷ୍ଟରରେ ନୂତନ ବିଇଓଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

କଳାହାଣ୍ଡି,୧୭/୧୨-କଳାହାଣ୍ଡି ଜିଲ୍ଲା ଭବାନୀପାଟଣାରେ ନୂତନ ଗୋଷ୍ଠୀ ଶିକ୍ଷାଧିକାରୀ ଭାବେ ଯୋଗ ଦେଇଛନ୍ତି ଓଡିଶା ଶିକ୍ଷା ସେବାର ଅଧିକାରୀ ଆଚାରୀ ଶବର । ସେ ନୂତନ ଭାବେ କାର୍ଯ୍ୟରେ ଯୋଗଦେବା ପରେ ତାଙ୍କୁ ରିଷିଗାଁ କ୍ଲଷ୍ଟରଠାରେ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି । ରିଷିଗାଁ କ୍ଲଷ୍ଟର ସଂଯୋଜକ ବୈକୁଣ୍ଠ ବେମାଲଙ୍କ ଆବାହକତ୍ୱରେ ଆୟୋଜିତ ଏହି ସ୍ୱାଗତ ସମ୍ବର୍ଦ୍ଧନା ସଭାରେ ବିଇଓ ଶ୍ରୀ ଶବରଙ୍କ ସହିତ ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ହୃଷିକେଶ ନାଏକ, ବିଆରସିସି ଜୟ କୁମାର ମାଝୀ ପ୍ରମୁଖ ଅତିଥି ଭାବେ ଯୋଗ ଦେଇ ଗ୍ରାମାଞ୍ଚଳରେ ପ୍ରାଥମିକ ଶିକ୍ଷାର ଗୁରୁତ୍ୱପୂର୍ଣ୍ଣ ଭୂମିକା ସଂପର୍କରେ ଆଲୋକପାତ କରିଥିଲେ । ଏହି ଅବସରରେ ସେଣ୍ଟର ସ୍କୁଲର ପ୍ରଧାନଶିକ୍ଷୟିତ୍ରୀ ଅନୀତା ମହାନ୍ତି ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିବାବେଳେ କୁଲିଆମାଲ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ନଳିନୀ କହଁର, ବରିଷ୍ଠ ଶିକ୍ଷକ ଆନାୟତ ଉଲ୍ଲା ଖାଁ ପ୍ରମୁଖ ବକ୍ତବ୍ୟ ରଖିଥିଲେ । ବରିଷ୍ଠ ଶିକ୍ଷକ ଅଶୋକ କୁମାର ସାହୁ କାର୍ଯ୍ୟକ୍ରମ ପରିଚାଳନା କରିଥିବାବେଳେ କ୍ଲଷ୍ଟର ସଂଯୋଜକ ଶ୍ରୀ ବେମାଲ ଧନ୍ୟବାଦ ଅର୍ପଣ କରିଥିଲେ ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories