Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

କଲମପୁରଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

କଳାହାଣ୍ଡି, ୧୮/୧୨ (ଜଗନ୍ନାଥ ନାଏକ) : ଆଜି କଲମପୁର ପଞ୍ଚାୟତ ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ଏଵଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଭିଳାଷ ଜୀ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦର୍ୱାନ, ଉପ ଜିଲ୍ଲାପାଳ ଧର୍ମଗଡ ବିରଞ୍ଚି ନାରାୟଣ ଦରୱାନ୍, କଲମପୁର ବି . ଡି .ଓ ଓ ତହସିଲଦାର ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।
ଏହି ଜନ ଶୁଣାଣି ଶିବିରରେ ମୋଟ ୭୫ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୫୯ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୬ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୧୪ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା। ମୂଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ବଡକୁଟ୍ରୁ ଗ୍ରାମର ଶାନ୍ତିଲତା ବେୱା ଙ୍କୁ ୫୦୦୦ ଟଙ୍କା ଏବଂ ବିଜମରା ଗ୍ରାମର ମଧୁସ୍ମିତା ଛତ୍ରିଆ ଙ୍କୁ ୧୦୦୦୦ ଟଙ୍କା ସହାୟତା ମଞ୍ଜୁର କରାଯାଇଥିଲା।