ଉଲୁଣ୍ଡା ବ୍ଲକ ରେ ଜ଼ିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ରେ 21 ଗୋଟି ଅଭିଯୋଗ ର ଦରଖାସ୍ତ ଗ୍ରହଣ

ବୀରମହାରାଜପୁର : (ସୌମିତ୍ରି ମେହେର)
ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଉପଖଣ୍ଡ ର ଉଲୁଣ୍ଡା ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ସୋମବାର ବ୍ଲକ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି l ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ସୂର୍ଯ୍ୟନାରାୟଣ ଦାଶ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ହେମନ୍ତ କୁମାର ପାଢ଼ୀ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୨୧ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୧୮ ଗୋଟି ଗ୍ରହଣ କରାଯାଇଥିବା ବେଳେ ୩ ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଛି l ଗୋଟିଏ ଦରଖାସ୍ତ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ ରୁ ସହାୟତା ନିମନ୍ତେ ଗ୍ରହଣ କରାଯାଇଛି l ୬ ଗୋଟି ଦରଖାସ୍ତ ର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟ ଦରଖାସ୍ତ ଗୁଡିକୁ ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି l ଶିବିରରେ ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ ତରଫରୁ ଉଲୁଣ୍ଡା ବ୍ଲକ ଅନ୍ତର୍ଗତ ଦୁଇ ଜଣଙ୍କୁ ବିଧବା ଭତ୍ତା @500/-ଓ ୩ ଜଣଙ୍କୁ ପରିବାର କଲ୍ୟାଣଯୋଜନା ରେ @ 20000/ – ଲେଖାଏଁ ର ଆର୍ଥିକ ସହାୟତା ରାଶି ଅତିରିକ୍ତ ଜିଲ୍ଲାପାଳ ଙ୍କ ଦ୍ୱାରା ପ୍ରଦାନ କରାଯାଇଥିଲା l ଉଲୁଣ୍ଡା ଗୋଷ୍ଠି ଉନ୍ନୟନ ଅଧିକାରୀ କରିଶ୍ମା ବେଶ୍ରା ଙ୍କ ତତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଅଶ୍ଵିନି ମେହେର , ଉପଜିଲ୍ଲାପାଳ ବୀରମହାରାଜପୁର ଲଲାଟେନ୍ଦୁ ସିଂ, ଅତିରିକ୍ତ ଜିଲ୍ଲା ମୁଖ୍ୟ ସ୍ୱାସ୍ଥ୍ୟ ଅଧିକାରୀ ଡଃ ରମେଶ ଚନ୍ଦ୍ର ସ୍ୱାଇଁ , ଅଧିକ୍ଷଣ ଯନ୍ତ୍ରୀ ପି ଡବ୍ଲୁ ଡି ଇଂ ଦାମୋଦର କୈବର୍ତ୍ତ , ଜିଲ୍ଳା ମୁଖ୍ୟ ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ , ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ମାଝୀ , ଜିଲ୍ଲା ମଙ୍ଗଳ ଅଧିକାରୀ ଅଚ୍ୟୁତାନନ୍ଦ ସିଂ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ , ଜିଲ୍ଳା ଶ୍ରମ ଅଧିକାରୀ ଡିଲେଶ୍ୱର ଖାକା , ତହସିଲଦାର ଉଲୁଣ୍ଡା ଦିଲ୍ଲିପ ମାଝି ସମେତ ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ , ତହସିଲ ଓ ବ୍ଲକ ସ୍ତରୀୟ କର୍ମଚାରୀ , ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l