Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

କାଳବୈଶାଖୀ ପ୍ରଭାବ; ୯ ଯାଏ ବର୍ଷା

ଭୁବନେଶ୍ବର: କାଳବୈଶାଖୀ ପ୍ରଭାବ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷାର ପ୍ରକୋପ। ତେବେ ଆସନ୍ତା ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର କେତେକ ସ୍ଥାନରେ ବର୍ଷାର ପ୍ରଭାବ ବଢିବା ନେଇ ଆଶଙ୍କା କରାଯାଇଛି। ବିଶେଷ କରି ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ଏହାର ପ୍ରଭାବ ଅଧିକ ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ବାଂଲାଦେଶ ଏବଂ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ ଯୋଗୁ ବର୍ଷାର ପରିମାଣ ବଢିବା ସମ୍ଭାବନା ରହିଥିବା ଜଣାପଡ଼ିଛି।

ପ୍ରବଳ ବର୍ଷା ଯୋଗୁ ଉତ୍ତର, ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାର ୧୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସବୁ ଅଞ୍ଚଳରେ ବିଜୁଳି ଘଡଘଡି ସହ ବର୍ଷା ଓ ଘଣ୍ଟାପ୍ରତି ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା ରହିଥିବା ଆକଳନ କରିଛି ପାଣିପାଗ କେନ୍ଦ୍ର।

ଅଧିକାଂଶ ସ୍ଥାନରେ ମଧ୍ୟାହ୍ନରେ ତାତି ରହିବା ସହ ଅପରାହ୍ନରେ ଝଡବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ