Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

କୋକସରା ଆଦର୍ଶ ବିଦ୍ୟାଳୟ ର ବାର୍ଷିକ ଉତ୍ସବ ‘ଆବେଗ’ ୬ ଅନୁଷ୍ଠିତ।

କୋକସରା:୨୨/୧୨ କୋକସରା ବ୍ଲକ ଓଡିଶା ଆଦର୍ଶ ବିଦ୍ୟାଳୟ ର ବାର୍ଷିକ ଉତ୍ସବ ‘ଆବେଗ’ ୬ ଗୁରୁବାର ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଆଦର୍ଶ ବିଦ୍ୟାଳୟ ର ଅଧ୍ୟକ୍ଷ ଦୀନବନ୍ଧୁ କର ଙ୍କ ସଭାପତିତ୍ୱ ରେ ଆୟୋଜିତ କାର୍ଯ୍ୟକ୍ରମ ରେ ସମସ୍ତ ଅତିଥି ଙ୍କୁ ବିଦ୍ୟାଳୟ ର ଶିକ୍ଷକ ଶିକ୍ଷୟିତ୍ରୀ କର୍ମଚାରୀ ଓ ଛାତ୍ରଛାତ୍ରୀ ମାନେ ସ୍ୱାଗତ ସମ୍ବର୍ଦ୍ଧନା କରିବା ପରେ ବାର୍ଷିକ ଉତ୍ସବ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଧର୍ମଗଡ଼ ବିଧାୟକ ମୋୖଷଧି ବାଗ,ମୁଖ୍ୟ ବକ୍ତା ଭାବେ ଅବସର ପ୍ରାପ୍ତ କଲେଜ ଅଧ୍ୟକ୍ଷ ଗୋବର୍ଦ୍ଧନ ବାଗ,ସମ୍ମାନିତ ଅତିଥି ଭାବେ ବ୍ଲକ ଉପାଧ୍ୟକ୍ଷ ରାଜୀବ କୁମାର ଅଗ୍ରୱାଲ,ବିଡ଼ିଓ କୋକସରା ସ୍ନେହାପ୍ରଭା ମାଝୀ ଯୋଗଦେଇ ଆଗକୁ ବଢ଼ିବାକୁ ହେଲେ ଛାତ୍ରଛାତ୍ରୀ ଙ୍କୁ ଗୁଣାତ୍ମକ ଶିକ୍ଷା ଉପରେ ଗୁରୁତ୍ୱ ଦେବା କୁ ପରାମର୍ଶ ଦେଇଥିଲେ। ଏହି ଅବସର ରେ ବିଭିନ୍ନ ବର୍ଗରେ ଛାତ୍ରଛାତ୍ରୀ ଙ୍କ ମଧ୍ୟରେ ଅନୁଷ୍ଠିତ ହୋଇଥିବା ପ୍ରତିଯୋଗିତା ମୂଳକ ପରୀକ୍ଷା ରେ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀ ଙ୍କୁ ଉପସ୍ଥିତ ଅତିଥୀ ଙ୍କ ଦ୍ଵାରା ସାର୍ଟିଫିକେଟ ସହ ଟ୍ରଫି ପ୍ରଦାନ କରାଯାଇଛି। ବାର୍ଷିକ ଉତ୍ସବ କାର୍ଯ୍ୟକ୍ରମ ର ଦ୍ଵିତୀୟ ଅଧିବେଶନ ରେ ଛାତ୍ରଛାତ୍ରୀ ମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। କାର୍ଯ୍ୟକ୍ରମ କୁ ଓଡିଶା ଆଦର୍ଶ ବିଦ୍ୟାଳୟ ର ଶିକ୍ଷକ ଶିକ୍ଷୟିତ୍ରୀ କର୍ମଚାରୀ ମାନେ ଉପସ୍ଥିତ ରହି ସହଯୋଗ କରିଥିଲେ

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories