Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରର ବାର୍ଷିକ କ୍ରୀଡ଼ା ଉତ୍ସବ ଅନୁଷ୍ଠିତ

କଳାହାଣ୍ଡି,୨୪/୧୨-କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସହର ସ୍ଥିତ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରର ବାର୍ଷିକ କ୍ରୀଡା ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି l ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଭବାନୀପାଟଣା ପୌରାଧ୍ୟକ୍ଷା ସଂଯୁକ୍ତା ବେହେରା ଯୋଗଦେଇ ବାର୍ଷିକ କ୍ରୀଡ଼ା ଉତ୍ସବର ଶୁଭାରମ୍ଭ କରିଥିଲେ l ଏହି ଅବସରରେ ସମ୍ମାନିତ ଅତିଥି ଭାବେ ଶିକ୍ଷାକେନ୍ଦ୍ରର ସଭାପତି ଗଣେଶ ପ୍ରସାଦ, କାଉନସିଲର ପ୍ରମିତ ସିଂ ପ୍ରମୁଖ ଯୋଗଦେଇଥିଲେ। ପ୍ରଧାନ ଶିକ୍ଷୟିତ୍ରୀ କଳ୍ପନା ନାଏକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ ଶିକ୍ଷାକେନ୍ଦ୍ରର ଛାତ୍ରଛାତ୍ରୀମାନେ ବିଭିନ୍ନ ପ୍ରତିଯୋଗିତାରେ ଭାଗ ନେଇଥିଲେ। ଏଥିରେ ବହୁ ସଂଖ୍ୟାରେ ଅଭିଭାବକ ମଧ୍ୟ ଉପସ୍ଥିତ ଥିଲେ l