ପାରଳଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ


ପାରଳାଖେମୁଣ୍ଡି:୨/୧(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ, ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ. କୁମାର , ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ବୀରେନ୍ଦ୍ର କୁମାର ଦାସ ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ପାରଳାଖେମୁଣ୍ଡି ପୌର ପରିଷଦର ସମେତ କେରାଣ୍ଡି, କତଳକଇଠା, ବାଘଶାଳ, ରାଣୀପେଣ୍ଠ ଓ ସିଧମାଡ଼ଙ୍ଗ ପଞ୍ଚାୟତର ସମୁଦାୟ ମୋଟ- ୪୧ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୩୯ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା- ୨ ଗୋଟି ଅଭିଯୋଗକୁ ଶୁଣାଣି କରାଯାଇଛି । ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା,ଜମି ପଟ୍ଟା, ମୋ ଘର ଯୋଜନା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡା.ପ୍ରଦୀପ କୁମାର ପାତ୍ର,ସ୍ଥାନୀୟ ତହସିଲଦାର ନାରାୟଣ ବେହେରା ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।