Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପାରଳାଖେମୁଣ୍ଡି ଠାରେ ସଡ଼କ ସୁରକ୍ଷା ସପ୍ତାହ ପାଳନ ଉପଲକ୍ଷେ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

ପାରଳାଖେମୁଣ୍ଡି:୩/୧(ଗରୁଡ଼ ଧ୍ୱଜ ଚୌଧୁରୀ) ଗଜପତି ଜିଲ୍ଲାର ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଜାନୁୟାରୀ ୦୧ ତାରିଖ ଠାରୁ ୭ ତାରିଖ ପର୍ଯ୍ୟନ୍ତ ଏକ ସପ୍ତାହ ଧରି ସଡ଼କ ସୁରକ୍ଷା ସଚେତନତା ସପ୍ତାହ ପାଳିତ ହେଉଛି। ଏହି ଅବସରରେ ଆଜି ସଡ଼କ ସୁରକ୍ଷା ସଚେତନତା ଶୋଭାଯାତ୍ରାକୁ ଉପଖଣ୍ଡ ପୋଲିସ ଅଧିକାରୀ ଶ୍ରୀଯୁକ୍ତ ମାଧବନନ୍ଦ ନାୟକ ସବୁଜ ପତାକା ଦେଖାଇ ଶୋଭାଯାତ୍ରାକୁ ଶୁଭାରମ୍ଭ କରିଛନ୍ତି । ଏହି ଶୋଭାଯାତ୍ରା ଆଞ୍ଚଳିକ ପରିବହନ ଅଧିକାରୀଙ୍କ କାର୍ଯ୍ୟଳୟ ଠାରୁ ପେଲେସ ପର୍ଯ୍ୟନ୍ତ ଶୋଭାଯାତ୍ରା କରାଯାଇଥିଲା । ଏହାର ଉଦ୍ଧେଶ୍ୟ ଜନସାଧରଣ ଙ୍କୁ ସଚେତନତା କରାଯିବା ସହିତ ହେଲମେଟ ବ୍ୟବହାର କରିବା, ଦ୍ରୁତ ବେଗରେ ଗାଡ଼ି ଚଳାଇବା ନାହିଁ, ଟ୍ରାଫିକ ନିୟମ ପଳାନ କରିବା, ସିଟ ବେଲ୍ଟ ବ୍ୟବହାର କରିବା, ମଦ୍ୟପାନ କରି ଗାଡ଼ି ଚଳାଇବା ନାହିଁ, ଗାଡ଼ି ଚଳାଇବା ବେଳେ ମୋବାଇଲରେ କଥା ହେବା ନାହିଁ ଏହି ପରି ଅନେକ ସ୍ଲଗାନ ଦେଇ ସଚେତନତା ଶୋଭାଯାତ୍ରା କରାଯାଇଥିଲା ।ଉକ୍ତ କାର୍ଯ୍ୟକ୍ରମରେ ରିଜର୍ଭ ଇନ୍ସପେକ୍ଟର ପାରଳାଖେମୁଣ୍ଡି ଶ୍ରୀ ସତ୍ୟକାନ୍ତ ମନୋରଞ୍ଜନ ଜେନା ,ଜିଲ୍ଲା ଆଞ୍ଚଳିକ ପରିବହନ ଅଧିକାରୀ ଶ୍ରୀ ଶାନ୍ତନୁ କୁମାର ପରିଡ଼ା, ଶ୍ରୀ ତୁଷାର ହେମ୍ବ୍ରମ ସମେତ ବିଭାଗୀୟ କର୍ମଚାରୀ ଓ ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ ଗଣ ପ୍ରମୁଖ ଉପସ୍ଥିତ ଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

ମୋହନା ବ୍ଲକ ଅନ୍ତର୍ଗତ ତାରମାଳ ଗ୍ରାମରେ ଗୁହାଳରେ ବଳଦବାନ୍ଧୁଥିବା ବେଳେ ବଜ୍ରାଘାତ, ବୃଦ୍ଧ ଓ ବଳଦ ମୃତ ପାରଳାଖେମୁଣ୍ଡି:୨୧/୯(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲା ମୋହନା ଥାନା ଅନ୍ତର୍ଗତ ତରାମାଳ ଗ୍ରାମରେ ଶୁକ୍ରବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା ଘଟିଛି। ପ୍ରବଳ ବର୍ଷା ସହ ବଜ୍ରପାତ ଯୋଗୁଁ ଜଣେ ୭୦ ବର୍ଷୀୟ ବୃଦ୍ଧ ଓ ତାଙ୍କ ବଳଦର ମୃତ୍ୟୁ ଘଟିଛି। ମୃତ ବୃଦ୍ଧ ହେଲେ ତରାମାଳ ଗ୍ରାମର ଜାବି ମଳିକ। ସୂଚନା ଅନୁଯାୟୀ, ଅପରାହ୍ନରେ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଘନ ଘନ ବଜ୍ରପାତ ହେଉଥିଲା। ପ୍ରତିଦିନ ଭଳି ଜାବି ମଳିକ ଗୋରୁ ଚରାଇ ଘରକୁ ଫେରିଥିଲେ। ବର୍ଷା ବଢ଼ିବାରୁ ସେ ନିଜ ବଳଦକୁ ଗୁହାଳରେ ବାନ୍ଧୁଥିବା ବେଳେ ହଠାତ୍ ଏକ ପ୍ରଚଣ୍ଡ ବଜ୍ରପାତ ହୋଇଥିଲା। ବଜ୍ରାଘାତରେ ବୃଦ୍ଧ ଓ ବଳଦ ଗୁରୁତର ଭାବେ ପ୍ରଭାବିତ ହୋଇ ଘଟଣାସ୍ଥଳରେ ହିଁ ପ୍ରାଣ ହରାଇଥିଲେ।ପ୍ରଚଣ୍ଡ ଶବ୍ଦ ଶୁଣି ପରିବାର ଲୋକ ଓ ଗ୍ରାମବାସୀ ଦୌଡ଼ି ଆସିଥିଲେ। ସେମାନେ ବୃଦ୍ଧ ଓ ବଳଦକୁ ନିଷ୍ପ୍ରାଣ ଅବସ୍ଥାରେ ପଡ଼ିଥିବା ଦେଖିଥିଲେ। ଘଟଣା ପରେ ଗ୍ରାମରେ ଶୋକର ଛାୟା ଖେଳିଯାଇଛି।ଖବର ପାଇ ସ୍ଥାନୀୟ ଲୋକେ ପ୍ରଶାସନକୁ ସୂଚନା ଦେଇଥିବା ବେଳେ ବାର୍ତ୍ତା ଲେଖାହେବା ସୁଦ୍ଧା କୌଣସି ପ୍ରଶାସନିକ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ନଥିବା ଜଣାପଡ଼ିଛି। ମୃତକଙ୍କ ପରିବାରକୁ ସରକାରୀ ସହାୟତା ପ୍ରଦାନ କରିବାକୁ ସ୍ଥାନୀୟ ଅଞ୍ଚଳବାସୀ ଦାବି କରିଛନ୍ତି।