Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ସମ୍ବଲପୁରରେ ସଡ଼କ ଦୁର୍ଘଟଣାରେ ନାବାଳକର ମୃତ୍ୟୁ ନେଇ ଶାନ୍ତି ଶୃଙ୍ଖଳା ରକ୍ଷା କରିବା ପାଇଁ ଅନୁରୋଧ କଲେ କେନ୍ଦ୍ରମନ୍ତ୍ରୀ

ସମ୍ବଲପୁର:ଆଜି ସମ୍ବଲପୁର ସହରରେ ଅଭାବନୀୟ ସଡ଼କ ଦୁର୍ଘଟଣାରେ ନାବାଳକ ମୃତ୍ୟୁବରଣ ଖବରରେ ଦୁଃଖ ପ୍ରକାଶ କରିବା ସହ ଶାନ୍ତି ଶୃଙ୍ଖଳା ବଜାୟ ରଖିବା ପାଇଁ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ଶ୍ରୀ ପ୍ରଧାନ କହିଛନ୍ତି ଯେ ଏହି ସଡ଼କ ଦୁର୍ଘଟଣାରେ ନାବାଳକ ମୃତ୍ୟୁବରଣ କରିଥିବା ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି । ଏହି ଦୁଃଖଦ ସମୟରେ ମା’ ସମଲେଶ୍ୱରୀ ପରିବାର ବର୍ଗଙ୍କୁ ଅସୀମ ଧୈର୍ଯ୍ୟ ଓ ସାହସ ପ୍ରଦାନ କରନ୍ତୁ ।
ଏହି ଦୁର୍ଘଟଣାକୁ ନେଇ ସ୍ଥାନୀୟ ଜନସାଧାରଣ ଓ ପୋଲିସ ପ୍ରଶାସନ ମଧ୍ୟରେ ଉତ୍ତେଜନା ଦେଖାଯାଇଥିବା ଜାଣିବାକୁ ପାଇଲି । ସମ୍ବଲପୁରର ଜନସାଧାରଣଙ୍କୁ ଶାନ୍ତି ଶୃଙ୍ଖଳା ବଜାୟ ରଖିବା ପାଇଁ ଅନୁରୋଧ କରୁଛି । ଘଟଣାସ୍ଥଳରେ ଶାନ୍ତି ଶୃଙ୍ଖଳା ରକ୍ଷା କରିବା ପାଇଁ ଜିଲ୍ଲା ପ୍ରଶାସନ ସମ୍ବେଦନଶୀଳ ହୋଇ ପ୍ରୟାସ କରନ୍ତୁ ବୋଲି ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି ।