Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଗୋଲାମୁଣ୍ଡାଠାରେ ଜିଲ୍ଲାପାଳଙ୍କ ଜନ ଅଭିଯୋଗ ଶୁଣାଣି ଶିବିର

କଳାହାଣ୍ଡି,୦୮/୦୧-ଆଜି କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି. ଅନ୍ୱେଷା ରେଡ୍ଡୀଙ୍କ ଅଧ୍ୟକ୍ଷତାରେ ଏକ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସମସ୍ତ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ। ଏହି ଜନ ଅଭିଯୋଗ ଶୁଣାଣି ଶିବିରରେ ମୋଟ ୬୪ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୪୮ଟି ବ୍ୟକ୍ତିଗତ ସମସ୍ୟା ଓ ୧୬ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଅଭିଯୋଗ ରହିଥିଲା। ୧୨ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା।