Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ଘୁମୁରା କହିଲା ଉତ୍ସବ କାହାଣୀ : ଲାଞ୍ଜିଗଡ଼ରେ ଶେଷ ହେଲା ପଞ୍ଚାୟତସ୍ତରୀୟ କଳାହାଣ୍ଡି ଉତ୍ସବ

କଳାହାଣ୍ଡି,୧୦/୦୧-କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ପଞ୍ଚାୟତ ସ୍ତରୀୟ କଳାହାଣ୍ଡି ଉତ୍ସବ ମହାମାରୋହରେ ପାଳିତ ହୋଇଯାଇଛି। ଲାଞ୍ଜିଗଡର ଆରାଧ୍ୟ ଭୈରବଦେବଙ୍କ ପୀଠରୁ ଏକ ବିଶାଳ ଶୋଭାଯାତ୍ରାରେ ମଶାଲ ଅଣାଯାଇ ଉତ୍ସବ ସ୍ଥଳରେ ସ୍ଥାପନ ପରେ ଉତ୍ସବର ଉଦଘାଟନୀ ପର୍ବ ଆରମ୍ଭ ହୋଇଥିଲା। ଲାଞ୍ଜିଗଡ ସରପଞ୍ଚ ସରସ୍ବତୀ ମୁଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦଘାଟନୀ ସମାରୋହରେ ମୁଖ୍ୟଅତିଥି ଭାବେ କଳାହାଣ୍ଡି ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଶିବାଜୀ ମାଝୀ ଯୋଗ ଦେଇଥିବାବେଳେ ସମ୍ମାନିତ ଅତିଥି ଭାବେ ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର, ଜିଲ୍ଲା ପରିଷଦ ସଦସ୍ୟ ପରୀକ୍ଷିତ ନାଏକ, ପୂର୍ବତନ ଜିଲ୍ଲା ପରିଷଦ ସଦସ୍ୟ ରାଜେନ୍ଦ୍ର ପ୍ରତାପ ସିଂହଦେଓ, କଳାହାଣ୍ଡି କ୍ଷତ୍ରୀୟ ପାଇକ ସମାଜର କୁଳାଧ୍ୟକ୍ଷ ଚନ୍ଦ୍ରଧ୍ବଜ ପେସନିଆ, ଲାଞ୍ଜିଗଡ ଆଞ୍ଚଳିକ ବିକାଶ ପରିଷଦ ସଭାପତି ଶ୍ରୀଧର ପେସନିଆ, ପୂର୍ବତନ ଏବିଇଓ ଗୋପବନ୍ଧୁ ପୁଷ୍ଟି, ଅବସରପ୍ରାପ୍ତ ଶିକ୍ଷକ ଉଦୟ କୁମାର, ଲାଞ୍ଜିଗଡ଼ ପ୍ରେସ୍ କ୍ଲବର ସାଧାରଣ ସଂପାଦକ ସୁଶୀଲ କୁମାର ବାଗ, ନାଏବ ସରପଞ୍ଚ ହରେକୃଷ୍ଣ ତାଣ୍ଡି, ଲାଞ୍ଜିଗଡ ପଞ୍ଚାୟତ ପିଇଓ ଭୀଷ୍ମ ମେହେର, ହାବିଲଦାର ନରସିଂହ ଦାସ ପ୍ରମୁଖ ମଞ୍ଚାସୀନ ଥିଲେ। ଶ୍ରୀମୁଖ ଅଗସ୍ତି, ମଧୁସୂଦନ ବାଗ କାର୍ଯ୍ୟକ୍ରମ ପରିଚାଳନା କରିଥିବାବେଳେ ମାନବେନ୍ଦ୍ର ଜେନା ଧନ୍ୟବାଦ ଅର୍ପଣ କରିଥିଲେ। ଏଇ ଅବସରରେ ଛାତ୍ରଛାତ୍ରୀ ଓ ଜନସାଧାରଣଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା କରାଯିବା ସହିତ କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯାଇଥିଲା। ସେହିପରି ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ସହିତ ଗୋପୀନାଥପୁରର ଘୁମୁରା ପରିବେଷଣ ଉତ୍ସବକୁ ବେଶ୍ ଆକର୍ଷଣୀୟ କରିଦେଇଥିଲା। ଲାଞ୍ଜିଗଡ ପୁଲିସ ଶାନ୍ତି ଶୃଙ୍ଖଳା ରକ୍ଷା ଦାୟିତ୍ବରେ ନିୟୋଜିତ ଥିଲେ।