Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

୨ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ରାଜ୍ୟରେ ୨ଦିନ ତାଣ୍ଡବ ରଚିବ କାଳବୈଶାଖୀ। ଏହା ପ୍ରଭାବରେ ୨ ଦିନ ଯାଏ ରାଜ୍ୟର କେତେକ ସ୍ଥାନରେ ଘଡଘଡି ବିଜୁଳି ସହ ଝଡବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଅଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ସେହି ଜିଲ୍ଲାଗୁଡ଼ିକ ହେଲା ନୂଆପଡ଼ା, ବଲାଙ୍ଗିର, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବରଗଡ଼, ଢ଼େଙ୍କାନାଳ,ବାଲେଶ୍ୱର, ଯାଜପୁର ଓ ଭଦ୍ରକ। ସେହିପରି ସୁନ୍ଦରଗଡ଼, ଅନୁଗୁଳ, ଦେବଗଡ଼, ବୌଦ୍ଧ ଓ ମୟୂରଭଞ୍ଜ ଜିଲ୍ଲାରେ ୪୦ରୁ ୫୦ କିମି ବେଗରେ ପବନ ହେବା ସହ ହାଲୁକା ବର୍ଷା ହେବାର ସମ୍ଭାବନା ରହିଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

କାଳବୈଶାଖୀ ପ୍ରଭାବରେ ୯ ତାରିଖରେ କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ବୌଦ୍ଧ, ଅନୁଗୁଳ କଟକ, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ଯାଜପୁର, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ବର୍ଷା ହେବା ସମ୍ଭାବନା ରହିଥିବା ଜଣାପଡ଼ିଛି।