ସୋନପୁର ଠାରେ ପୁରୀ ଶ୍ରୀ ମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ


ସୁବର୍ଣ୍ଣପୁର ( ରାଜ କିଶୋର ତ୍ରିପାଠୀ )ଗତକାଲି ସକାଳେ ସୋନପୁର ପୌର ପରିଷଦ ପକ୍ଷରୁ ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ କାର୍ଯ୍ୟକ୍ରମ କୁ ସିଧlପ୍ରସାରଣ କରାଯାଇଛି। ସହରବାସୀଙ୍କ ଉଦ୍ଦେଶ୍ୟରେ ବୁଧବାର ପୂର୍ବାହ୍ନ ୧୦ ଟାରେ ଗଡଭିତର ସ୍ଥିତ ଜଗନ୍ନାଥ ମନ୍ଦିର ପରିସରରେ ଲୋକାର୍ପଣ କାର୍ଯ୍ୟକ୍ରମ କୁ ଏଲଇଡି ସ୍କ୍ରିନ ମାଧ୍ୟମରେ ପ୍ରଦର୍ଶନ କରାଯାଇଥିଲା। ଉତ୍ସବରେ କଣ୍ଠଶିଳ୍ପୀ ଶାଶ୍ଵତ ତ୍ରିପାଠୀ ଙ୍କ ଦ୍ଵାରା ଭଜନ ପରିବେଷଣ କରାଯାଇଥିଲା। କାର୍ଯ୍ୟକ୍ରମ ରେ ସୋନପୁର ପୌର ପରିଷଦ ଅଧ୍ୟକ୍ଷ୍ୟା ଶ୍ରୀମତୀ ତାମସି ତାମସ୍ମିତା ନାୟକ, ପ୍ରକଳ୍ପ ନିର୍ଦ୍ଦେଶକ ଡୁଡ଼ା ବିଶ୍ଵନାଥ ବାରିକ, ପୌର ଉପାଧ୍ୟକ୍ଷ୍ୟା ଶ୍ରୀମତୀ ମଲ୍ଲିକ ଦାନୀ, କାର୍ଯ୍ଯ ନିର୍ବାହୀ ଅଧିକାରୀ ମୋନରଞ୍ଜନ ପଣ୍ଡା, ସମସ୍ତ ଅଫିସ କର୍ମଚାରୀ, ସମସ୍ତ କାଉନସିଲର ଓ ସ୍ଵୟଂ ସହାୟକ ଗୋଷ୍ଠୀ ର ସଦସ୍ୟା ଙ୍କ ସମେତ ହଜାର ହଜାର ଭକ୍ତ ଓ ଜନସାଧାରଣ ଯୋଗ ଦେଇଥିଲେ। ଦୀର୍ଘ ସମୟ ଧରି ପୁରୀ ଶ୍ରୀ ମନ୍ଦିର ସିଧା ପ୍ରସାରଣ କାର୍ଯ୍ୟକ୍ରମ କୁ ଉପଭୋଗ କରିଥିଲେ। ପରେ ପରେ ଶ୍ରୀ ଜଗନ୍ନାଥ ପ୍ରଭୂ ଙ୍କ ଆଶୀର୍ବାଦ ଲାଭ କରି ମନ୍ଦିର ରେ ପ୍ରସାଦ ସେବନ କରିଥିଲେ l

ଗଞ୍ଜେଇ ଚ଼ଢ଼ାଉ କରିବାକୁ ଯାଇ ମାଡ଼ ଖାଇଲେ ୨୬ ପୁଲିସ୍ ଘଟଣା ସ୍ଥଳରୁ କୋଟି କୋଟି ଟଙ୍କାର ଗଞ୍ଜେଇ ଜବତ ।ପାରଳାଖେମୁଣ୍ଡି:୨୩/୩(ଗରୁଡ଼ ଧ୍ୱଜ ଚୌଧୁରୀ)ଗଜପତି ଜିଲ୍ଲା ମୋହନା ଥାନା ଅନ୍ତର୍ଗତ ପୀଡ଼ିମାରୀ ଗ୍ରାମରେ ଶୁକ୍ରବାର ୨୦ କ୍ଵିଣ୍ଟାଲ ଗଞ୍ଜେଇ ଜବତ ଓ ୮ଜଣ ବ୍ୟବସାୟୀଙ୍କୁ ଗିରଫ କରି ପୁଲିସ ମୋହନା ଫେରୁଥିବା ବେଳେ ଗ୍ରାମଠାରୁ କିଛି ଦୂରତାରେ ଗ୍ରାମବାସୀଙ୍କ ସଂଘବଦ୍ଧ ଆକ୍ରମଣରେ ଜଣେ ଡ଼ିଏସପି, ଜଣେ ଥାନା ଅଧିକାରୀ ଓ ପୁଲିସ୍ କର୍ମଚାରୀ ଆହତ ହୋଇଥିଲେ।ଆଜି ଗଜପତି ଏସପି ଯତୀନ୍ଦ୍ର ପଣ୍ଡାଙ୍କ ନେତୃତ୍ଵରେ ରା.ଉଦୟଗିରି ଏସଡ଼ିପିଓ ଅମିତାଭ ପଣ୍ଡାଙ୍କ ସମେତ ମୋହନା , ଅଡ଼ବାପାରଳାଖେମୁଣ୍ଡି,ରା.ଉଦୟଗିରି, ରାୟଗଡ଼,କାଶୀନଗର,ରାମଗିରି,ସେରଙ୍ଗ ଆଦି ଥାନା ଗୁଡ଼ିକର ଅଧିକାରୀ, କର୍ମଚାରୀ ଓ ୧୦ ପ୍ଲାଟୁନ  ପୁଲିସ ଫୋର୍ସ ସଦଳବଳେ ଆଜି ପୀଡ଼ିମାରୀ ଗ୍ରାମରେ ପହଞ୍ଚି ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛନ୍ତିି। ଏହା ସହ ପୁଲିସ ଗାଡ଼ି ଭଙ୍ଗାରୁଜା,ଆକ୍ରମଣରେ ସଂପୃକ୍ତ ୩ ଜଣ ଓ ଗଞ୍ଜେଇ ବ୍ୟବସାୟୀ ୨ ଜଣଙ୍କୁ ଗିରଫ କରିଛନ୍ତି। ବଡ଼ ବଡ଼ ଟିଣ ବାକ୍ସରେ ଲୁଚାଇ ରଖାଯାଇଥିବା ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ କୋଟି କୋଟି ଟଙ୍କା ହେବ ବୋଲି ପୁଲିସ ସୂଚନା ଦେଇଛି। ଆଉ ଯେଉଁମାନେ ଏଥିରେ ସଂଶ୍ଳିଷ୍ଟ ଅଛନ୍ତି ସମସ୍ତଙ୍କୁ ଖୁବ୍ ଶୀଘ୍ର ଧରାଯାଇ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଏସପି ଶ୍ରୀ ପଣ୍ଡା କହିଛନ୍ତି।