Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ମା ମାହେଶ୍ଵରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୁଆ – ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଉଦଯାପିତ

ସୁବର୍ଣ୍ଣପୁର ( ରାଜ କିଶୋର ତ୍ରିପାଠୀ ) ସୋନପୁର ଖମ୍ବେଶ୍ୱରୀପାଲି ସ୍ଥିତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂଆ – ଓଡିଶା ଅନ୍ତର୍ଗତ ସମନ୍ଵିତ ଯୁବ ବିକାଶ କାର୍ଯ୍ୟକ୍ରମ ଉଦଯାପିତ ହୋଇଯାଇଛି। ଅଧ୍ୟକ୍ଷା ସ୍ଵପ୍ନା ମହାପାତ୍ର ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତଏହି କାର୍ଯ୍ୟକ୍ରମ ଅବସରରେ ମୁଖ୍ୟ ଅତିଥି ଭାବରେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ପ୍ରତିଷ୍ଠାତା ସଂପାଦକ ବାବୁଲାଲ ସାହୁ, ସମ୍ମାନୀତ ଅତିଥି ଭାବରେ ବିଜୁ ପଟ୍ଟନାୟକ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଇଂରାଜୀ ଅଧ୍ୟାପକ ମଧୁସୂଦନ ପୂଜାହାରି, ସମାଜ ର ସାମ୍ୱାଦିକ ସ୍ଵାଧୀନ ମେହେର ଯୋଗଦାନ କରିଥିଲେ। ଇଂରାଜୀ ଅଧ୍ୟାପକ ସୁମନ୍ତ କୁମାର ମିଶ୍ର ମଞ୍ଚ ପରିଚାଳନା କରିଥିବା ବେଳେ ଦେବାଶିଷ ମିଶ୍ର ଅତିଥି ପରିଚୟ କରିଥିଲେ। ଏବଂ ଓଡ଼ିଆ ଅଧ୍ୟାପିକା ଚୁମକି ନାୟକ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଅବସରରେ କୃତି ପ୍ରତିଯୋଗୀ ମାନଙ୍କୁ ମାନପତ୍ର ଏବଂ ଟ୍ରଫି ପ୍ରଦାନ କରାଯାଇଥିଲା। ଏହି ସମସ୍ତ ଅଧ୍ୟାପକ ଅଧ୍ୟାପିକା ଏବଂ ଅଣ ଶିକ୍ଷକ କର୍ମଚାରୀ ବୃନ୍ଦ ସହଯୋଗ କରିଥିଲେ।