Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଗଜପତି ଜିଲ୍ଳାର ମୋହନା ହିଲ୍ ଟପ୍ ମାଧ୍ଯମିକ ବିଦ୍ୟାଳୟରେ ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ୨ ୦୨୪ ଉଦଘାଟନ

ପାରଳାଖେମୁଣ୍ଡି:୧୯/୧(ଗରୁଡ଼ ଧ୍ଵଜ ଚୌଧୁରୀ): ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ପ୍ରକାରେ ଗଜପତି ଜିଲ୍ଲା ମୋହନା ସ୍ଥିତ ହିଲଟପ୍ ମାଧ୍ଯମିକ ବିଦ୍ୟାଳୟ ପରିସର ମଧ୍ୟରେ ଅଧ୍ୟୟନରତ ଛାତ୍ରଛାତ୍ରୀମାନଙ୍କ ଉପସ୍ଥିତିରେ ଯୁବ ଓଡ଼ିଶା ନବୀନ ଓଡ଼ିଶା ଯୋଜନା ଦ୍ବାରା ଆଡମ୍ବର ସହ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଶିବିରକୁ ମାଧ୍ଯମିକ ବିଦ୍ୟାଳୟର ଅଧ୍ୟକ୍ଷ ସିମାଞ୍ଚଳ ସାହୁଙ୍କ ଅଧ୍ଯକ୍ଷତାରେ ଅନୁଷ୍ଠିତ ହୋଇଥିଲା। ଏହି ସମ୍ମିଳନୀରେ ବିଶିଷ୍ଟ ସାହିତିକ ଦ୍ବୟ ହେଲେ ଡ.ଶଶାଙ୍କ ଚନ୍ଦ୍ରଚୁଡ ଏବଂ ଡ. ଲକ୍ଷ୍ମୀ କାନ୍ତି ଦାସ ମୁଖ୍ୟବକ୍ତା ଓ ମୁଖ୍ୟଅତିଥି ଭାବେ ଉପସ୍ଥିତ ରହି ସମ୍ମିଳନୀକୁ ଉଦଘାଟନ କରିଥିଲେ।ସମ୍ମାନିତ ଅତିଥ୍‌ ଭାବେ କଲେଜର ପୂର୍ବତନ ସମ୍ପାଦକ ଦଣ୍ଡାସି ସାହୁ ଓ ମଧୁସୁଦନ ପାଢୀ ଓ ମାସଲ ନାୟକ ଏବଂ ଏହି ସମ୍ମିଳନୀରେ ଅଞ୍ଚଳର ବହୁ ବିଶିଷ୍ଟ ଅତିଥ୍‌ ମାନେ ଯୋଗ ଦେଇଥିଲେ ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

ମୋହନା ବ୍ଲକ ଅନ୍ତର୍ଗତ ତାରମାଳ ଗ୍ରାମରେ ଗୁହାଳରେ ବଳଦବାନ୍ଧୁଥିବା ବେଳେ ବଜ୍ରାଘାତ, ବୃଦ୍ଧ ଓ ବଳଦ ମୃତ ପାରଳାଖେମୁଣ୍ଡି:୨୧/୯(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲା ମୋହନା ଥାନା ଅନ୍ତର୍ଗତ ତରାମାଳ ଗ୍ରାମରେ ଶୁକ୍ରବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା ଘଟିଛି। ପ୍ରବଳ ବର୍ଷା ସହ ବଜ୍ରପାତ ଯୋଗୁଁ ଜଣେ ୭୦ ବର୍ଷୀୟ ବୃଦ୍ଧ ଓ ତାଙ୍କ ବଳଦର ମୃତ୍ୟୁ ଘଟିଛି। ମୃତ ବୃଦ୍ଧ ହେଲେ ତରାମାଳ ଗ୍ରାମର ଜାବି ମଳିକ। ସୂଚନା ଅନୁଯାୟୀ, ଅପରାହ୍ନରେ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଘନ ଘନ ବଜ୍ରପାତ ହେଉଥିଲା। ପ୍ରତିଦିନ ଭଳି ଜାବି ମଳିକ ଗୋରୁ ଚରାଇ ଘରକୁ ଫେରିଥିଲେ। ବର୍ଷା ବଢ଼ିବାରୁ ସେ ନିଜ ବଳଦକୁ ଗୁହାଳରେ ବାନ୍ଧୁଥିବା ବେଳେ ହଠାତ୍ ଏକ ପ୍ରଚଣ୍ଡ ବଜ୍ରପାତ ହୋଇଥିଲା। ବଜ୍ରାଘାତରେ ବୃଦ୍ଧ ଓ ବଳଦ ଗୁରୁତର ଭାବେ ପ୍ରଭାବିତ ହୋଇ ଘଟଣାସ୍ଥଳରେ ହିଁ ପ୍ରାଣ ହରାଇଥିଲେ।ପ୍ରଚଣ୍ଡ ଶବ୍ଦ ଶୁଣି ପରିବାର ଲୋକ ଓ ଗ୍ରାମବାସୀ ଦୌଡ଼ି ଆସିଥିଲେ। ସେମାନେ ବୃଦ୍ଧ ଓ ବଳଦକୁ ନିଷ୍ପ୍ରାଣ ଅବସ୍ଥାରେ ପଡ଼ିଥିବା ଦେଖିଥିଲେ। ଘଟଣା ପରେ ଗ୍ରାମରେ ଶୋକର ଛାୟା ଖେଳିଯାଇଛି।ଖବର ପାଇ ସ୍ଥାନୀୟ ଲୋକେ ପ୍ରଶାସନକୁ ସୂଚନା ଦେଇଥିବା ବେଳେ ବାର୍ତ୍ତା ଲେଖାହେବା ସୁଦ୍ଧା କୌଣସି ପ୍ରଶାସନିକ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ନଥିବା ଜଣାପଡ଼ିଛି। ମୃତକଙ୍କ ପରିବାରକୁ ସରକାରୀ ସହାୟତା ପ୍ରଦାନ କରିବାକୁ ସ୍ଥାନୀୟ ଅଞ୍ଚଳବାସୀ ଦାବି କରିଛନ୍ତି।