Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ

ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ପାଳନ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ଶ୍ରୀମତୀ ଅମିତା ସ୍ମିତା ନାୟକଙ୍କ ସଭାପତିତ୍ୱରେ ଆୟୋଜିତ ଏହି ସଭାରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ଗୋଷ୍ଠି ଶିକ୍ଷା ଅଧିକାରୀ ମହେଶ୍ୱର ମାଝୀ ,ମୁଖ୍ୟ ବକ୍ତା ଭାବେ ଆଦିବାସୀ ମହାବିଦ୍ୟାଳୟ ବାଣିଜ୍ୟ ବିଭାଗର ଅଧ୍ୟାପକ ସରୋଜ କୁମାର ପାଠୀ, ସମ୍ମାନିତ ଅତିଥି ଭାବେ ଡ଼.ନିବେଦିତା ପଣ୍ଡା, ସ୍ଥାନୀୟ ବୌଦ୍ଧ ଆଞ୍ଚଳିକ ସମବାୟ ବ୍ୟାଙ୍କର ଶାଖା ପରିଚାଳକ ଅନୁପମ ବେହେରା, ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ବିଧାନ କୁମାର ଜେନା ଓ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ତାପସ କୁମାର ନାୟକ ପ୍ରମୁଖ ଉପସ୍ଥିତ ରହି ଶ୍ରୀଜଗନ୍ନାଥଙ୍କ ଫୋଟୋ ଚିତ୍ର ନିକଟରେ ପୁଷ୍ପ ମାଲ୍ୟାର୍ପଣ ପୂର୍ବକ ଦୀପ ପ୍ରଜ୍ଵଳନ କରି ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ l ପ୍ରଧାନ ଶିକ୍ଷୟତ୍ରୀ ଶ୍ରୀମତୀ ନାୟକ ଅତିଥି ମାନଙ୍କର ପରିଚୟ ପ୍ରଦାନ କରି ବିଦ୍ୟାଳୟର ବାର୍ଷିକ ବିବରଣୀ ପାଠ କରିଥିଲେ l ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ଅତିଥି ମାନଙ୍କୁ ପୁଷ୍ପଗୁଚ୍ଛ ପ୍ରଦାନ କରି ସ୍ୱାଗତ ଓ ବିଦାୟ କାଳୀନ ସଙ୍ଗୀତ ପରିବେଷଣ କରାଯାଇଥିଲା l ବିଦ୍ୟାଳୟରେ ପୂର୍ବରୁ ଆୟୋଜିତ ବିଭିନ୍ନ ପ୍ରତିଯୋଗିତା ର କୃତି ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କାର ବିତରଣ କରଯାଇଥିଲା । ବିଦ୍ୟାଳୟର ଛାତ୍ର ଛାତ୍ରୀ ମାନଙ୍କ ଦ୍ୱାରା ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏଥିରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ l