ବିଭିନ୍ନ ଶିକ୍ଷାନୁଷ୍ଠାନ ରେ ନୂଆ-ଓ ଓଡ଼ିଆ ସାହିତ୍ୟ ପ୍ରତିଯୋଗିତା


ବେଲଗୁଣ୍ଠା,19/01, ବେଲଗୁଣ୍ଠା ବ୍ଳକ୍ ର ବିଭିନ୍ନ ଶିକ୍ଷା ଅନୁଷ୍ଠାନରେ ନୂଆ-ଓ ଓଡିଆ ସାହିତ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି I କ୍ଷତ୍ରିୟବରପୁର ସ୍ଥିତ ଆଞ୍ଚଳିକ ସ୍ନାତକ ମହାବିଦ୍ୟାଳୟରେ ଅନୁଷ୍ଠାନ ଅଧ୍ୟକ୍ଷ ସୁବାଷ ଚନ୍ଦ୍ର ସାମଲଙ୍କ ପୌରୋହିତ୍ୟରେ ନୂଆ-ଓ ଓଡିଆ ସାହିତ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି I ଏହି କାର୍ଯ୍ୟକ୍ରମରେ ଅଧ୍ୟାପକ ଅମୂଲ୍ୟ କୁମାର ପଣ୍ଡା ସନାତନ ଧର୍ମ ଏବଂ ଜଗନ୍ନାଥ ସଂସ୍କୃତି ଉପରେ ଆଲୋଚନା କରିଥିଲେ I ଅଧ୍ୟାପକ ରଞ୍ଜତ୍ କୁମାର ଦାସ ଓଡିଆ ଭାଷା ଉପରେ ଗୁରୁତ୍ବ ପ୍ରଦାନ କରିଥିଲେ I ଅଧ୍ୟାପକ ଡଃ ଗିରିଧାରୀ ନାୟକ ସମସ୍ତ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ I ଅଧ୍ୟାପିକା ଅନିତା ତ୍ରୀପାଠି, ଅଧ୍ୟାପକ ପୀତବାସ ସ୍ୱାଇଁ, ବିପ୍ର ଚରଣ ତ୍ରିପାଠି,ଭୂଷଣ ଗୌଡ଼ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିବା ବେଳେ ଅଧ୍ୟାପକ ସଞ୍ଜତ କୁମାର ଦାଶ ଧନ୍ୟବାଦ ଜ୍ଞାପନ କରିଥିଲେ I ସେହିପରି ଗୋବରା ପ୍ରଫୁଲ୍ଲ କୁମାରୀ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅଧ୍ୟକ୍ଷ୍ୟା ମାମା ପରିଡ଼ାଙ୍କ ଅଧ୍ୟକ୍ଷତାରେ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ତରଫରୁ ନୂଆ-ଓ ଓଡିଆ ସାହିତ୍ୟ ପ୍ରତିଯୋଗିତା ଉଦ୍ଘାଟିତ ହୋଇଯାଇଛି I ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ବିଶିଷ୍ଟ ଗବେଷକ ମନୁନନ୍ଦ ପତି, ମୁଖ୍ୟ ବକ୍ତା ରୂପେ ଗବେଷକ ନେତାଜୀ ବିଷୋୟୀ, ସମ୍ମାନୀତ ଅତିଥି ରୂପେ ପ୍ରଧାନ ଶିକ୍ଷକ ସନ୍ତୋଷ କୁମାର ଜେନା ପ୍ରମୁଖ ଉପସ୍ଥିତ ଥିଲେ I ଓଡ଼ିଆ ବିଭାଗ ଅଧ୍ୟାପିକା ନଳିନୀପ୍ରଭା ଦାସ ସ୍ୱାଗତ ଭାଷଣ ପ୍ରଦାନ କରିଥିବାବେଳେ ଅଧ୍ୟାପକ ସନ୍ତୋଷ କୁମାର ବିଶ୍ଵାଳ ଧନ୍ୟବାଦ ଜ୍ଞାପନ କରିଥିଲେ I ଏହି ଅବସରରେ ଅତିଥିମାନେ ଘୁମୁସରର ଏତିହ୍ୟ, ସାହିତ୍ୟ ଏବଂ ସଂସ୍କୃତି ଉପରେ ଆଲୋଚନା କରିଥିଲେ I ଉଭୟ ଅନୁଷ୍ଠାନରେ ବିଦ୍ୟାଳୟର ସମସ୍ତ ଅଧ୍ୟାପକ,ଅଧ୍ୟାପିକା ଏବଂ କର୍ମଚାରୀ ସହଯୋଗ କରିଥିଲେ I